ଅପରାଧ ରାଜ୍ୟ

ଅଗ୍ନିକାଣ୍ଡରେ ଜଳିଗଲା ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

ଚଣ୍ଡିଖୋଲ ୧୧।୦୬: ଅଗ୍ନିକାଣ୍ଡରେ ଜଳିଗଲା ଦୋକାନ । ଯାଜପୁର ଜିଲ୍ଲା ବୈରୀ ଅଞ୍ଚଳରେ ଥିବା କ୍ଷୀରୋଦ ସାହୁଙ୍କ ଏକ ଜଳଖିଆ ଦୋକାନରେ ନିଆଁ ଲାଗିଥିଲା । ଯାହାଫଳରେ ଅନେକ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

ଖବର ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ଦୋକାନରେ ହଠାତ୍‌ ନିଆଁ ଲାଗିଯାଇଥିଲା । ଫଳରେ ଦୋକାନଟି ସମ୍ପୂର୍ଣ ଜଳିଯାଇଛି । ଏପିରିକି ଦୋକାନରେ ଥିବା ସମସ୍ତ ଜିନିଷ ଜଳି ଯାଇଥିବା ବେଳେ ଦୋକାନରେ ଥିବା ତିନୋଟି ଗ୍ୟାସ ସିଲିଣ୍ଡର ନିଆଁ ଲାଗି ଫାଟି ଯାଇଛି ।ତେବେ ନିଆଁର ଭୟାଭହତା ଅଧିକ ଥିବାରୁ ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିଥିଲେ ସୁଦ୍ଧା ଦୋକାନଟି ସମ୍ପୂର୍ଣ ଜଳିଯାଇଛି । ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ଯାଇଛି । ଦୋକାନ କରି ପରିବାର ପ୍ରତିପୋଷଣ କରୁଥିବା କ୍ଷୀରୋଦ ସାହୁ ଏବେ ସମ୍ପୂର୍ଣ ଭାଙ୍ଗି ପଡ଼ିଛନ୍ତି । ସରକାରୀ ସହାୟତା ପାଇଁ ଦାବି କରିଛନ୍ତି କ୍ଷୀରୋଦ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।