ରାଜ୍ୟ

ଅଧୁରା ରହିଲା ଜଗା ଦର୍ଶନ: ବସ୍‌ ସିଟ୍‌ରେ ଟଳିପଡ଼ିଲେ ମହିଳା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ସାକ୍ଷୀଗୋପାଳ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବାର ଆଶାନେଇ କନ୍ଧମାଳରୁ ପୁରୀ ଆସୁଥିଲେ ଜଣେ ମହିଳା ଭକ୍ତ। ହେଲେ, ସାକ୍ଷୀଗୋପାଳ ନିକଟରେ ବସ୍‌ସିଟ୍‌ରେ ବସିଥିବା ଅବସ୍ଥାରେ ସେ ପ୍ରାଣତ୍ୟାଗ କରିଛନ୍ତି। ପ୍ରଭୁଙ୍କ ଦର୍ଶନଲାଭ ତାଙ୍କର ଅଧୁରା ରହିଯାଇଛି। ସ୍ବର୍ଗଦ୍ବାରଠାରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି।

ଏହି ମହିଳା ଭକ୍ତ ହେଲେ, କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳର ଖ୍ରୀଷ୍ଟ କୁମାରୀ ନାୟକ (୪୧)। ଖ୍ରୀଷ୍ଟ ବୁଧବାର ଦିନ ବସ୍‌ଯୋଗେ ପୁରୀ ଆସୁଥିଲେ। ପ୍ରାୟ ୭ଟା ସମୟରେ ବସ୍‌ଟି ସାକ୍ଷୀଗୋପାଳ ନିକଟରେ ପହଞ୍ଚିଥିଲା। ବସ୍‌ ମଧ୍ୟରେ ସିଟ୍‌ ଉପରେ ହଠାତ୍‌ ସେ ଟଳି ପଡ଼ିଥିଲେ। ଯାତ୍ରୀମାନେ ତୁରନ୍ତ ଜଣାଇବା ପରେ ବସ୍‌ କଣ୍ଡକ୍ଟର ସତ୍ୟବାଦୀ ଥାନାରେ ଜଣାଇଥିଲେ। ସତ୍ୟବାଦୀ ଥାନା ଏଏସ୍‌ଆଇ ବୈଷ୍ଣବ ଚରଣ ମହାରଣା ମହିଳାଙ୍କୁ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସତ୍ୟବାଦୀ ଥାନା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବଟିକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପୁରୀ ପଠାଇଥିଲେ। ମିଳିଥିବା ସର୍ବଶେଷ ସୂଚନା ଅନୁଯାୟୀ, ଜଣେ ସଂପର୍କୀୟଙ୍କ ସହାୟତାରେ ପୁରୀ ସ୍ୱର୍ଗଦ୍ୱାରଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।