ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ଅଫଲାଇନ୍ ନୁହେଁ, ଅନଲାଇନରେ ହେଉ ପରୀକ୍ଷା ; ଏପରି ଦାବି ନେଇ ଧାରଣା ଦେଉଛନ୍ତି ଛାତ୍ରଛାତ୍ରୀ

ଭୁବନେଶ୍ୱର/କଟକ ୧୫।୦୪ : ଅଫଲାଇନ୍ ନୁହେଁ, ଅନଲାଇନରେ ପରୀକ୍ଷା କରିବାକୁ ଦାବି । ଏପରି କିଛି ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ । ରେଭେନ୍ସା ବିଶ୍ୱବିଦ୍ୟାଳୟ, ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ଓ ବକ୍ସି ଜଗବନ୍ଧୁ ସ୍ୱୟଂଶାସିତ ମହାବିଦ୍ୟାୟରେ ସ୍ଥିତି ଚିନ୍ତାଜନକ ହୋଇଛି । ଯାହାକୁ ଦେଖି ଉଭୟ ଛାତ୍ରଛାତ୍ରୀ ଓ ଅଧ୍ୟାପକମାନେ ବ୍ୟସ୍ତ ହୋଇପଡିଛନ୍ତି ।


ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଅନଲାଇନ୍‌ ପରୀକ୍ଷା ଦାବିରେ ଛାତ୍ରଛାତ୍ରୀ ଅଶାନ୍ତି ଦେଖିବାକୁ ମିଳିଛି। ଭୁବନେଶ୍ବରର ମହର୍ଷି କଲେଜ, ଓୟୁଏଟି, ବିଜେପି କଲେଜରେ ଛାତ୍ରଛାତ୍ରୀମାନେ ଆନ୍ଦୋଳନ କରିଛନ୍ତି । ଗୁରୁବାର ଦିନ ଓୟୁଏଟି ଭିସିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ଲାକାର୍ଡ ଧରି ଆନ୍ଦୋଳନ କରିଛନ୍ତି ଛାତ୍ରଛାତ୍ରୀ । କରୋନା ସଂକ୍ରମଣ ବଢୁଥିବା ବେଳେ ଓୟୁଏଟି କ୍ୟାମ୍ପସରୁ କିଛି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେଣୁ ଅନଲାଇନରେ ନଚେତ୍ ପରୀକ୍ଷା ବନ୍ଦ କରିବାକୁ ଦାବି କରିଛନ୍ତି ଛାତ୍ରଛାତ୍ରୀ । ସେହିପରି ମହର୍ଷି କଲେଜରେ ମଧ୍ୟ ଛାତ୍ରଛାତ୍ରୀ ଆନ୍ଦୋଳକୁ ଓହ୍ଲାଇଛନ୍ତି ।


ସେପଟେ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ମଧ୍ୟ ଛାତ୍ରଛାତ୍ରୀମାନେ ଆନ୍ଦୋଳନ ଜାରି ରଖିଛନ୍ତି । ଅଫଲାଇନ୍‌ ବଦଳରେ ଅନ୍‌ଲାଇନ୍‌ରେ ପରିକ୍ଷା କରିବାକୁ ଛାତ୍ରଛାତ୍ରୀମାନେ ଦାବି କରିଛନ୍ତି । ଯଦି ଆମେ ଅନ୍‌ଲାଇନ୍‌ରେ ପାଠ ପଢୁଛି, ତେବେ ଅନ୍‌ଲାଇନ୍‌ରେ ହିଁ ପରୀକ୍ଷା ଦେବାକୁ ଜିଦ୍‌ ଧରିଛନ୍ତି ଛାତ୍ରଛାତ୍ରୀ । ସେହିପରି ଅଭିଭାବକମାନେ ମଧ୍ୟ ଅନ୍‌ଲାଇନ୍‌ରେ ପରୀକ୍ଷା କରିବା ସପକ୍ଷରେ ମତ ଦେଇଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି