ରାଜ୍ୟ

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଅନୁଗୁଳ: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପା​ଣ୍ଡିଆନ ଆଜି ଦ୍ବିତୀୟ ଦିନରେ ଅନୁଗୁଳ ଜିଲ୍ଲାର ବିଭିନ୍ନ ଅଞ୍ଚଳ ଗସ୍ତ କରି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହାସହିତ ସେ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଆଜି ସକାଳେ ସେ ଅନୁଗୁଳ ଜଗନ୍ନାଥ ମନ୍ଦିର ଓ ବୁଢ଼ୀ ଠାକୁରାଣୀ ମନ୍ଦିରକୁ ଯାଇ ଠାକୁରଙ୍କ ଦର୍ଶନ କରିଥିଲେ। ଏହି ସମୟରେ ସେ ମନ୍ଦିର ବିକାଶ ନେଇ ମନ୍ଦିର କମିଟି, ପୂଜକ ତଥା ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ। ଏଥିନେଇ ଖୁବଶୀଘ୍ର ଘୋଷଣା ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଅନୁଗୁଳରୁ ପବିତ୍ରନଗର ଯାଇ ଲୋକଙ୍କ ଅଭିଯୋଗ ଶୁଣିବା ସହ ଏହାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ସେଠାରୁ ପାଳଲହଡ଼ାକୁ ଗସ୍ତ କରି ସ୍ଥାନୀୟ ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ। ପାଳଲହଡ଼ା ପାଇଁ ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ଯୋଜନାର ଅଗ୍ରଗତି ବିଷୟରେ ସମୀକ୍ଷା କରି ଏହି ପ୍ରକଳ୍ପ ଡିସେମ୍ବର ସୁଦ୍ଧା ଶେଷ କରିବାକୁ ନିର୍ଦେଶ ଦେଇଥିଲେ। ସଚିବଙ୍କ ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ଡିଆଇଜି ବ୍ରିଜେଶ ରାୟ ଓ ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଉପସ୍ଥିତ ଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।