ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଅସୁସ୍ଥ ମହାପ୍ରଭୁଙ୍କୁ ସୁସ୍ଥ କରିବାକୁ ଲାଗିପଡିଛନ୍ତି ସେବକ : ଶୁକ୍ଳ ବସ୍ତ୍ର ପରିଧାନ କଲେ ଶ୍ରୀଜିଉ, ଲାଗି ହେଲା ଧଳାଫୁଲ

ପୁରୀ ୧୬।୦୬ : ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ମହାପ୍ରଭୁ । ଭଗବାନଙ୍କ ଅସୁସ୍ଥତାରେ ଯେମିତି ଶ୍ରୀମନ୍ଦିରରେ ନିରବତା ଛାଇଯାଇଛି। ମହାପ୍ରଭୁଙ୍କ ସୁସ୍ଥତା ପାଇଁ ସେବକମାନେ ଦିନରାତି ଏକ କରି ଦେଇଛନ୍ତି। ଅସୁସ୍ଥ ଶ୍ରୀବିଗ୍ରହଙ୍କୁ ଦଇତାପତି ସେବକମାନେ ଶୁକ୍ଳବସ୍ତ୍ର ଲାଗି କରାଇଛନ୍ତି। ଖଣ୍ଡିଏ ମାତ୍ର ଶୁକ୍ଳ ବସ୍ତ୍ରରେ ମହାପ୍ରଭୁ ଅଣସର ପିଣ୍ଡିରେ ବିଶ୍ରାମ ନେଇଛନ୍ତି। ସମସ୍ତ ଦଇତାପତି ମଧ୍ୟ ଶୁକ୍ଳ ବସ୍ତ୍ର ପରିଧାନ କରି ସେବାରେ ଯୋଗ ଦେଇଛନ୍ତି। ଶୁକ୍ଲ ବସ୍ତ୍ର ସହ ମହାପ୍ରଭୁଙ୍କୁ ଫୁଲ ବି ଧଳା ରଙ୍ଗର ଲାଗି ହୋଇଛି।

ସେହିପରି ଅସୁସ୍ଥତା କାରଣରୁ ମହାପ୍ରଭୁଙ୍କ ପ୍ରିୟ ତୁଳସୀ ଲାଗି ହୋଇନାହିଁ। ଟଗର ସହ ଅନ୍ୟାନ୍ୟ ଧଳା ଫୁଲକୁ ମହାପ୍ରଭୁଙ୍କଠାରେ ଲାଗି କରାଯାଇଛି। ଅନ୍ୟ କୌଣସି ରଙ୍ଗର ଫୁଲ ଅଣସର ପିଣ୍ଡିକୁ ସଂପୂର୍ଣ୍ଣ ନିଷେଧ କରାଯାଇଛି। ଅସୁସ୍ଥ ମହାପ୍ରଭୁଙ୍କ ନିକଟରେ କୋଠ ଭୋଗ ଲାଗି ବାରଣ କରାଯାଇଥିବାରୁ ଅସୁସ୍ଥ ଶ୍ରୀଜିଉଙ୍କୁ ଗତକାଲିଠୁ ପଥି ଆକାରରେ କ୍ଷୀର, ସର, ଛେନା, ରାବିଡ଼ି ସହ ଆମ୍ବ, କଦଳୀ, ପଣସ ଆଦି ଫଳ ଭୋଗ ହୋଇଛି। ଏହି ଭୋଗ ଅଣସର ଘରୁ ବାହାରକୁ ନ ଆସିବାର ବିଧି ରହିଛି। ଏଣୁ ଅଣସର ପିଣ୍ଡିରେ ଥିବା ଶ୍ରୀଜିଉଙ୍କୁ ଏହି ଭୋଗ ଲାଗି ହେବା ପରେ ଦଇତାପତିମାନେ ଏହାକୁ ସେବନ କରିଥିଲେ। ସେପଟେ ଦୈନନ୍ଦିନ ଭଜନ, କୀର୍ତ୍ତନ, ଗୀତ, ଘଣ୍ଟଘଣ୍ଟା, ବାଜା ଶ୍ରୀମନ୍ଦିରରେ ନିଷେଧ କରାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ