ଅପରାଧ ରାଜ୍ୟ

ଆଇନଜୀବୀଙ୍କୁ ଆକ୍ରମଣ ଘଟଣା, SCBର ୭ ଡାକ୍ତରଙ୍କ ବିରୋଧରେ ମାମଲା ରୁଜୁ

କଟକ ୨୩।୦୫: ଏସ୍‌ସିବି ମେଡିକାଲରେ ଆଇନ୍‌ଜୀବୀଙ୍କୁ ଡାକ୍ତରଙ୍କ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ । ୭ଜଣ ଡାକ୍ତରଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏହି ୭ଜଣ ଡାକ୍ତରଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।

ଖବର ଅନୁଯାୟୀ, ୨୧ ଅକ୍ଟୋବର ୨୦୧୧ରେ ଏସ୍‌ସିବି ମେଡିକାଲରେ ଜଣେ ଆଇନ୍‌ଜୀବୀକୁ ଆକ୍ରମଣ ହୋଇଥିଲା । ଏନେଇ ଆଇନଜୀବୀ ଜଣଙ୍କ ପ୍ରଥମେ ମଙ୍ଗଳାବାଗ ଥାନାରେ ଏତଲା ଦିଆଯାଇଥିଲା । କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାରୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଆଇନ୍‌ଜୀବୀ ସପନ କୁମାର ପାଲ୍‌ । ଏବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ୭ଜଣ ଡାକ୍ତରଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ଏନେଇ ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଜଣାଇଲେ କଟକ ଡିସିପି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।