ମନୋରଞ୍ଜନ

ଆଉ ନାହାନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି, ୬୩ବର୍ଷ ବୟସରେ ଦେହାନ୍ତ

ଭୁବନେଶ୍ୱର ୧୭।୦୫: ଓଲିଉଡ଼ ଜଗତ ପାଇଁ ଆଉ ଏକ ଦୁଃଖଦ ଖବର । ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ ହୋଇଯାଇଛି । ୬୩ବର୍ଷ ବୟସରେ ଅମରେନ୍ଦ୍ରଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅମରେନ୍ଦ୍ରଙ୍କ ମୃତ୍ୟୁ ହୋଇଯାଇଛି ।

ଖବର ଅନୁଯାୟୀ, ୧୯୫୮ ମସିହା ୬ ଫେବ୍ରୁଆରୀରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ଅମରେନ୍ଦ୍ର । ବୁଲୁ ଭାଇ ଭାବେ ସମସ୍ତଙ୍କର ଅତି ପରିଚିତ ଥିଲେ ସଙ୍ଗୀତ ନିର୍ଦ୍ଦେଶ ଅମରେନ୍ଦ୍ର ମହାନ୍ତି । ସୁନା ପଞ୍ଜୁରୀ ଫିଲ୍ମର ‘ପୁଚୁକି ଗାଲି’ ପାଇଁ ବେଶ୍‌ ପ୍ରସିଦ୍ଧି ଲାଭ କରିଥିଲେ ଅମରେନ୍ଦ୍ର ମହାନ୍ତି ।

ଓଡିଆ ଚଳଚ୍ଚିତ୍ର ଜଗତରେ ବହୁ ଜଣାଶୁଣା ନାଁଟି ହେଉଛି ଅମରେନ୍ଦ୍ର ମହାନ୍ତି । ବହୁ ଭଜନ ଓ ହିଟ୍‌ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅମରେନ୍ଦ୍ର । ତାଙ୍କ ଏପରି ଅକଳା ବିୟୋଗରେ ଫିଲ୍ମ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମନେ କରାଯାଉଛି । ସେ କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସା ଜାରି ରହିଥିଲେ । ତେବେ ହଠାତ୍‌ ଏବେ ତାଙ୍କର ପରଲୋକ ହୋଇଯାଇଛି ।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ