ରାଜ୍ୟ

ଆଜିଠାରୁ ଅଲାରନାଥଙ୍କ ଅଣସର ଦର୍ଶନ

ବ୍ରହ୍ମଗିରି: ଆଜି ଚତୁର୍ଦ୍ଧାମୂର୍ତ୍ତି ସ୍ନାନବେଦିରେ ଦିବ୍ୟସ୍ନାନ ପରେ ଜ୍ବରରେ ପୀଡ଼ିତ ହୋଇ ଅଣସର ପିଣ୍ତିକୁ ବିଜେ କରିଛନ୍ତି। ଶ୍ରଦ୍ଧାଳୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ନ ପାଇ ଆସନ୍ତାକାଲିଠାରୁ ପଟ୍ଟିଦିଅଁଙ୍କୁ ଦର୍ଶନ କରିବେ। ଏହି ଅବସରରେ ଶ୍ରୀଅଲାରନାଥଙ୍କ ଅଣସର ଦର୍ଶନ ମଧ୍ୟ ଆସନ୍ତାକାଲିଠାରୁ ଆରମ୍ଭ ହେବ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଣସର ପିଣ୍ତିରେ ବିଜେ ସମୟରେ ଶ୍ରୀଅଲାରନାଥଙ୍କ ଦର୍ଶନ ସମଫଳ ପ୍ରଦାନ କରିଥାଏ ବୋଲି ଶ୍ରଦ୍ଧାଳୁଙ୍କ ବିଶ୍ବାସ ରହିଛି। ଆସନ୍ତାକାଲିଠାରୁ ଶ୍ରୀଅଲାରନାଥଙ୍କ ଅଣସର ଦର୍ଶନ ଆରମ୍ଭ ହେଉଥିବାରୁ ସମସ୍ତ ପ୍ରସ୍ତୁତି ଶେଷହୋଇଛି।

ଭୋର୍‌ ଚାରିଟାରେ ଦ୍ବାରଫିଟା, ମଙ୍ଗଳଆଳତି, ଅବକାଶ, ବେଶ, ଚନ୍ଦନ ତୁଳସୀ ଲାଗି, ଦ୍ବାରପାଳ ପୂଜା, ସୂର୍ଯ୍ୟପୂଜା, ରୋଷହୋମ ଓ ଗୋପାଳବଲ୍ଲଭ ଉଠି ସକାଳ ୬ଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ମଧ୍ୟ୍ୟାହ୍ନ ୧୨ଟାରେ ସକାଳ ଧୂପ, ଅପରାହ୍ନ ୨ଟାରେ ମଧ୍ୟ୍ୟାହ୍ନ ଧୂପ ନୀତି ବଢ଼ି ସାଢେ ଦୁଇଟାରେ ପହୁଡ଼ ହେବ। ଅପରାହ୍ନ ୨ଟା ୪୫ରୁ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ସନ୍ଧ୍ୟାଆଳତି ଓ ମଇଲମ ନୀତି ବଢ଼ିବା ପରେ ସାଢ଼େ ୭ଟାରୁ ସର୍ବସାଧାରଣ ଦର୍ଶନ ହେବ। ରାତି ୧୦ଟାରେ ସନ୍ଧ୍ୟା ଧୂପ ନୀତି ବଢିବା ପରେ ରାତି ଏଗାରଟାରେ ବଡ଼ସିଂହାର ବେଶ ଓ ଧୂପ ନୀତି ବଢ଼ି ରାତି ୧୨ଟାରେ ପହୁଡ଼ ହେବ ବୋଲି ସେବାୟତ ନିଯୋଗ ପକ୍ଷରୁ ସୂଚନା ମିଳିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।