ରାଜ୍ୟ ଶିକ୍ଷା ଓ ନିଯୁକ୍ତି|ସ୍ପେଶାଲ ରିପୋର୍ଟ

ଆଜିଠାରୁ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା, ୮ ଯାଏ ଚାଲିବ

କଟକ: ଆଜିଠାରୁ ଆରମ୍ଭ ହେଉଛି ମାଧ୍ୟମିକ ଶିକ୍ଷା ପରିଷଦ(‌ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା।ସକାଳ ୯ଟାରୁ ୧୧ଟା ମାଟ୍ରିକ୍ ସପ୍ଲିମେଣ୍ଟାରି ଓ  ତାପରେ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହା ଜୁଲାଇ ୩ତାରିଖରୁ ଜୁଲାଇ ୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ୮୦ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେଉଛି। ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା ପାଇଁ ୧୩୧୧ ଜଣ ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫ‌ିକେଟ୍ ପରୀକ୍ଷା ପାଇଁ ୮୯୧୫ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଛନ୍ତି। ଆଜି ସକାଳୁ ପରୀକ୍ଷାର୍ଥୀମାନେ ଶୃଙ୍ଖଳିତ ଢଙ୍ଗରେ ଆସି ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିବା ଦେଖିବାକୁ ମିଳିଛି।

ଉଭୟ ସପ୍ଲିମେଣ୍ଟାରି ଓ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ବୋର୍ଡ ୱେବ୍‌ସାଇଟ୍ www.bseodisha.ac.in ରେ ଉପଲବ୍ଧ ହୋଇଛି। ବିଦ୍ୟାଳୟର ମୁଖ୍ୟମାନେ ନିଜ ନିଜ ଛାତ୍ରଛାତ୍ରୀଙ୍କ ଆଡ୍‌ମିଟ୍ କାର୍ଡକୁ ଡାଉନ୍‌ଲୋଡ୍‌ କରି ପରୀକ୍ଷାର୍ଥୀଙ୍କୁ ପ୍ରଦାନ କରିସାରିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।