ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଆଜିଠୁ ପ୍ଲସ ଟୁ ନାମଲେଖା ପ୍ରକ୍ରିୟା ଆରମ୍ଭ, SAMS ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ…

ଭୁବନେଶ୍ୱର ୨୦।୦୭ : ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ । ୨୦୨୨-୨୩ ଶିକ୍ଷା ବର୍ଷରେ +୨ ପ୍ରଥମ ବର୍ଷ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ । ଅନଲାଇନ୍ ମୋଡରେ ହେବାକୁ ଥିବାବେଳେ ନାମଲେଖା ପ୍ରକ୍ରିୟା ଲାଗି ଛାତ୍ରଛାତ୍ରୀ www.samsodisha.gov.in ଓ୍ବେବସାଇଟ୍ ମାଧ୍ୟମରେ ଅଗଷ୍ଟ ୧୦ ସୁଦ୍ଧା ଆବେଦନ କରିପାରିବେ।

ତେବେ ଅଗଷ୍ଟ ୧୭ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ ଏବଂ ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ଅଗଷ୍ଟ ୧୯ରୁ ୨୫ ମଧ୍ୟରେ ହେବ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଥିବା ଛାତ୍ରଛାତ୍ରୀ ଯଦି ଅପସନ୍ ଦେଇଥିବା ଅନ୍ୟ କଲେଜରେ ନାମ ଲେଖାଇବାକୁ ଚାହୁଁଥିବେ ତେବେ ୧୯ରୁ ୨୭ ତାରିଖ ମଧ୍ୟରେ ସ୍ଲାଇଡ୍ ଅପ୍ ଅନୁରୋଧ ଦେଇପାରିବେ। ସେପ୍ଟେମ୍ବର ୨ରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ସେପ୍ଟେମ୍ବର ୫ରୁ ୭ ମଧ୍ୟରେ ଦ୍ବିତୀୟ ପର୍ଯ୍ୟାୟରେ ଚୟନ ହୋଇଥିବା ଛାତ୍ରଛାତ୍ରୀଙ୍କର ନାମଲେଖା ହେବ। ସେପ୍ଟେମ୍ବର ୧୩ରେ ସ୍ପଟ୍ ସିଲେକ୍ସନ ତାଲିକା ପ୍ରକାଶ ପାଇବ ଏବଂ ୧୩ ଓ ୧୪ ତାରିଖରେ ଏହି ଛାତ୍ରଛାତ୍ରୀ ଚୟନ ହୋଇଥିବା ସ୍କୁଲରେ ନାମ ପଞ୍ଜିକରଣ କରିବେ। ସେପ୍ଟେମ୍ବର ୧୫ ପୂର୍ବାହ୍ନ ୧୧ଟାରେ ସ୍କୁଲରେ ନାମ ପଞ୍ଜିକରଣ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ସେହିଦିନ ମଧ୍ୟାହ୍ନ ୧୨ଟାରୁ ୧୬ତାରିଖ ଅପରାହ୍ନ ୫ଟା ମଧ୍ୟରେ ସ୍ପଟ୍ ସିଲେକ୍ସନ୍ ଛାତ୍ରଛାତ୍ରୀଙ୍କ ନାମଲେଖା ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି