ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜିଠୁ ବଢ଼ିବ ତାତି : ମାର୍ଚ୍ଚ ପ୍ରଥମ ସପ୍ତାହରେ କିଛି ସ୍ଥାନରେ ୪୦ରୁ ୪୨ ଡିଗ୍ରି ହୋଇପାରେ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଆସନ୍ତା ୫ଦିନ ଯାଏ ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିବ। ସର୍ବନିମ୍ନ ତାପମାତ୍ରାରେ ସେଭଳି ଆଖିଦୃଶିଆ ପରିବର୍ତ୍ତନ ହେବ ନାହିଁ। ମାତ୍ର ସର୍ବୋଚ୍ଚ ତାପମାତ୍ରାରେ କିଛିଟା ପରିବର୍ତ୍ତନ ହେବ। ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। କ୍ରମଶଃ ଏହା ବୃଦ୍ଧି ପାଇ ମାର୍ଚ୍ଚ ପ୍ରଥମ ସପ୍ତାହରେ କିଛି ସ୍ଥାନରେ ୪୦ରୁ ୪୨ ଡିଗ୍ରି ମଧ୍ୟରେ ପହଞ୍ଚିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

European Commission – europa.eu
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ସୋମବାରଠାରୁ ଦିନର ସର୍ବାଧିକ ତାପମାତ୍ରା କ୍ରମଶଃ ବଢ଼ିବ। ସାରା ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ଏବଂ ଭୋର ସମୟରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ କୁହୁଡ଼ିଆ ପାଗ ରହିବ। ବିଜୟୱାଡ଼ା, ହାଇଦ୍ରାବାଦ, ନାଗପୁର, ରାୟପୁର, ରାଞ୍ଚି, ଭୁବନେଶ୍ବର ମଧ୍ୟରେ ଥିବା ଅଞ୍ଚଳରେ ଗରମ ଅଧିକ ହୋଇ ଦେଶର ସବୁଠାରୁ ଉତ୍ତପ୍ତ ଅଞ୍ଚଳ ଭାବେ ପରିଗଣିତ ହେବାର ସମ୍ଭାବନା ରହିଛି। ଉତ୍ତର ପଶ୍ଚିମ ଭାରତରେ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ। ସୋମବାରଠାରୁ ଶନିବାର ମଧ୍ୟରେ ସର୍ବାଧିକ ତାପମାତ୍ରା ୫ ଡିଗ୍ରି ପର୍ଯ୍ୟନ୍ତ ବଢ଼ିପାରେ। ଆକଳନ କରାଯାଉଛି ଯେ ଗରମ ବୃଦ୍ଧି ଯୋଗୁଁ ମାର୍ଚ୍ଚ ୩/୪ ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରି ହେବ। କେତେକ ସ୍ଥାନରେ ୪୧ ଡିଗ୍ରିରୁ ଅଧିକ ହୋଇପାରେ।
DNA India

ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ବଙ୍ଗୋପସାଗରୀୟ ପବନ ବହିବା ହେତୁ ମାର୍ଚ୍ଚ ୧ ପର୍ଯ୍ୟନ୍ତ ତାପମାତ୍ରା ବିଶେଷ ବଢ଼ିବ ନାହିଁ। ଉପରବେଳା ସାମୁଦ୍ରିକ ପବନ ଯୋଗୁଁ ସନ୍ଧ୍ୟା ସମୟରେ ତାପମାତ୍ରା ଶୀଘ୍ର କମିବ ଓ ଗରମ ଅନୁଭୂତ ହେବ। ତେବେ ୪ ତାରିଖ ବେଳକୁ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରି ହୋଇପାରେ। ତାପମାତ୍ରା ବୃଦ୍ଧି ଯୋଗୁଁ ରବି ଫସଲ ଓ ପନିପରିବା ଶୀଘ୍ର ଅମଳ ହେବ। ଗରମ ପ୍ରଭାବ କମ୍‌ କରିବା ପାଇଁ ହାଲୁକା ଜଳସେଚନ କରି ଜମିର ମାଟିକୁ ଓଦା ରଖିବାକୁ ଶ୍ରୀ ପଶୁପାଳକ ପରାମର୍ଶ ଦେଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଉରକେଲାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୪.୧ ଡିଗ୍ରି ରେକର୍ଡ କରାଯାଇଛି। ଯେତେବେଳେ କି ଆଜି ଦିନର ତାପମାତ୍ରା ବୌଦ୍ଧ ଓ ମାଲକାନଗିରିରେ ସର୍ବାଧିକ ୩୭.୫ ଡିଗ୍ରି ରହିଥିଲା। ଭୁବନେଶ୍ବର ଓ କଟକ ସହରର ତାପମାତ୍ରା ହ୍ରାସ ପାଇ ଯଥାକ୍ରମେ ୩୪.୨ ଓ ୩୩.୬ ଡିଗ୍ରି ଥିଲା।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।