Subscribe to Updates

    Get the latest creative news from FooBar about art, design and business.

    What's Hot

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023
    Facebook Twitter Instagram
    Trending
    • ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି
    • ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର
    • ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା
    • ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ
    • ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ
    • ବଦଳିବ ଭିତରକନିକାର ରୂପରେଖ
    • କାଜୁ କେଜି ୫ ହଜାର, ଚାଷୀ ପାଉଛି ୭୦
    • ଜାତୀୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା: ବ୍ରହ୍ମପୁର ଜେଲ୍‌ର ବନ୍ଦୀ ହେଲେ ପ୍ରଥମ
    Monday, May 29
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଆଜିଠୁ ଭୁବନେଶ୍ୱରରେ ଜି-୨୦ର ଦ୍ୱିତୀୟ ବୈଠକ
    ରାଜ୍ୟ

    ଆଜିଠୁ ଭୁବନେଶ୍ୱରରେ ଜି-୨୦ର ଦ୍ୱିତୀୟ ବୈଠକ

    NewsLaxmi7By NewsLaxmi7May 14, 2023Updated:May 14, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ବର: ଆଜିଠାରୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ। ଏହା ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ। ବୈଠକରେ ଜି-୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରିବେ। ସଂସ୍କୃତି କ୍ଷେତ୍ରରେ ଦେଖା ଦେଇଥିବା ଗମ୍ଭୀର ସମସ୍ୟା ଉପରେ ବିଚାରବିମର୍ଶ କରିବା ଲାଗି ଏହି ବୈଠକ ଏକ ମଞ୍ଚ ଯୋଗାଇ ଦେବ।

    ଏଥିପୂର୍ବରୁ ମଧ୍ୟପ୍ରଦେଶର ଖଜୁରୋହୋଠାରେ ପ୍ରଥମ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକ ଆୟୋଜିତ ହୋଇଥିଲା। ଏହାପରେ ଦୁଇମାସ ଧରି ବିଶେଷଜ୍ଞମାନଙ୍କ ଦ୍ୱାରା ବୈଶ୍ୱିକ ବିଷୟବସ୍ତୁ ଉପରେ ଆଧାରିତ ୱେବିନାରରେ ବ୍ୟାପକ ବିଚାରବିମର୍ଶ କରାଯାଇଥିଲା। ଏଥିରୁ ପ୍ରାପ୍ତ ପରିଣାମକୁ ଆଗକୁ ବଢ଼ାଇବା ଉପରେ ଦ୍ୱିତୀୟ ସଂସ୍କୃତି କାର୍ଯ୍ୟଗୋଷ୍ଠୀରେ ଗୁରୁତ୍ୱାରୋପ କରାଯିବ।

    ଭାରତର ଜି୨୦ ଅଧ୍ୟକ୍ଷତାର ସଂସ୍କୃତି ଟ୍ରାକ୍‌ ଅଧୀନରେ ପରିକଳ୍ପନା କରାଯାଇଥିବା ୪ଟି ପ୍ରମୁଖ ପ୍ରାଥମିକତା କ୍ଷେତ୍ର ଉପରେ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ବୈଠକରେ ଧ୍ୟାନ ଦିଆଯାଇଛି। ଏହି ଚାରିଟି ପ୍ରାଥମିକତା କ୍ଷେତ୍ର ହେଲା : ସାଂସ୍କୃତିକ ସମ୍ପତ୍ତିର ସଂରକ୍ଷଣ ଏବଂ ପୁନଃପ୍ରତିଷ୍ଠା; ଦୀର୍ଘସ୍ଥାୟୀ ଭବିଷ୍ୟତ ପାଇଁ ଜୀବନ୍ତ ଐତିହ୍ୟର ଉପଯୋଗ; ସଂସ୍କୃତି ଏବଂ ସୃଜନଶୀଳ ଉଦ୍ୟୋଗ ଓ ଅର୍ଥବ୍ୟବସ୍ଥାର ପ୍ରୋତ୍ସାହନ ଏବଂ ସଂସ୍କୃତିର ସୁରକ୍ଷା ଓ ସଂରକ୍ଷଣ ପାଇଁ ଡିଜିଟାଲ ପ୍ରଯୁକ୍ତିର ଉପଯୋଗ।

    ଆଜି ପଦ୍ମଶ୍ରୀ ପୁରସ୍କୃତ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା ପ୍ରଦର୍ଶନୀ ଆୟୋଜନ କରାଯିବ। ଏହି ପ୍ରଦର୍ଶନୀର ବିଷୟବସ୍ତୁ ରହିବ ‘ସଂସ୍କୃତି ସମସ୍ତଙ୍କୁ ଏକଜୁଟ୍‌ କରିଥାଏ’।

    ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକରେ ଅଂଶଗ୍ରହଣ କରିବାକୁ ଥିବା ଅତିଥିମାନଙ୍କୁ ବିଭିନ୍ନ ପ୍ରକାରର ସାଂସ୍କୃତିକ ଅନୁଭୂତି ହାସଲ କରିବାର ସୁଯୋଗ ମିଳିବ। ସେମାନଙ୍କୁ ୟୁନେସ୍କୋ ବିଶ୍ୱ ଐତିହ୍ୟସ୍ଥଳୀ କୋଣାର୍କ ସୂର୍ଯ୍ୟ ମନ୍ଦିର ଏବଂ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବାର ସୁଯୋଗ ମିଳିବ। ବିଦେଶାଗତ ଅତିଥିମାନେ ଓଡ଼ିଶାର ଗୌରବ ଭାବେ ପରିଚିତ ଓଡ଼ିଶୀ, ସିଙ୍ଗାରୀ, ସମ୍ବଲପୁରୀ ଏବଂ ଗୋଟିପୁଅ ଆଦି ଲୋକନୃତ୍ୟର ପ୍ରତ୍ୟକ୍ଷ ଅନୁଭୂତି ଲାଭ କରିବାର ସୁଯୋଗ ପାଇବେ।

    ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକର ଅଂଶବିଶେଷ ସ୍ୱରୂପ ‘ସଷ୍ଟେନ : ଦ କ୍ରାଫ୍ଟ ଇଡିଅମ’ ଶୀର୍ଷକ ଏକ ପ୍ରଦର୍ଶନୀ ଭୁବନେଶ୍ୱରସ୍ଥିତ ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ – କଳାଭୂମି ପରିସରରେ ଆୟୋଜନ କରାଯିବ। ସଂସ୍କୃତି କାର୍ଯ୍ୟଗୋଷ୍ଠୀ ଦ୍ୱାରା ଆଲୋକପାତ କରାଯାଇଥିବା ଦ୍ୱିତୀୟ ପ୍ରାଥମିକତା ଉପରେ ପ୍ରଦର୍ଶନୀର ବିଷୟବସ୍ତୁ ଆଧାରିତ ଏବଂ ତାହା ହେଉଛି – ‘ଏକ ଦୀର୍ଘସ୍ଥାୟୀ ଭବିଷ୍ୟତ ପାଇଁ ଜୀବନ୍ତ ଐତିହ୍ୟର ଉପଯୋଗ’।

    ମେ ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଶନ ରେଡ୍ଡୀ, କେନ୍ଦ୍ର ସଂସ୍କୃତି ଓ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏବଂ କେନ୍ଦ୍ର ଗୃହ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ରାୟଙ୍କ ଦ୍ୱାରା ଏହି ପ୍ରଦର୍ଶନୀ ଉଦ୍‌ଘାଟିତ ହେବ। ମେ ୧୬ରୁ ୨୨ ତାରିଖ ପର୍ଯ୍ୟନ୍ତ ପ୍ରଦର୍ଶନୀ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ।

    Share. Facebook Twitter LinkedIn WhatsApp Email
    Previous Articleନିଷିଦ୍ଧ କାର୍ବାଇଡ୍‌ରେ ପାଚୁଛି ଆମ୍ବ, ଚେଇଁ ଶୋଇଛି ଖାଦ୍ୟ ସୁରକ୍ଷା ବିଭାଗ
    Next Article ରାଜ୍ୟରେ ୩ ଦିନ ଧରି ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ପାରଦ ୪୫ ଡିଗ୍ରି ଡେଇଁ ଯାଇପାରେ
    NewsLaxmi7
    • Website

    Related Posts

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଅପରାଧ

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ନିଶ୍ଚିନ୍ତକୋଇଲି : ବାଲିଘାଟକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ଶନିବାର ବିଳମ୍ବିତ ରାତିରେ ଏକ…

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    କମେଣ୍ଟ୍ରି ଦୁନିଆରେ ଡେବ୍ୟୁ କରି ଛାଇଗଲେ ଦୀନେଶ, କାର୍ତ୍ତିକଙ୍କ ଷ୍ଟନିଂ ଲୁକରେ ଫିଦା ପ୍ରଶଂସକ

    June 21, 2021

    ଭୋଗ ଖାଇ ଗୋଟିଏ ପରିବାରର ୬ରୁ ଅଧିକ ଅସୁସ୍ଥ, ୪ ଜଣଙ୍କ ଅବସ୍ଥା ଗୁରୁତର

    November 6, 2020

    ପତ୍ନୀଙ୍କୁ ଛାଡପତ୍ର ଦେବେ ମହାଭାରତର ଯୁଧିଷ୍ଠିର, ୪ବର୍ଷ ହେଲା ରହୁଛନ୍ତି ଅଲଗା

    April 3, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.