ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜିଠୁ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି

ପୁରୀ : ଶ୍ରୀମନ୍ଦିରରେ ଶୁକ୍ରବାର ଧନୁ ସଂକ୍ରାନ୍ତିଠାରୁ ଆରମ୍ଭ ହେଉଛି ପହିଲି ଭୋଗ ନୀତି। ମହାଲକ୍ଷ୍ମୀଙ୍କ ହାତରନ୍ଧା ବଦଳରେ ମା’ଙ୍କ ହାତରନ୍ଧା ଖାଇବେ ମହାପ୍ରଭୁ। ଏଥିପାଇଁ ସଅଳ ନୀତିକାନ୍ତି ହେବ। ସଅଳ ମହାପ୍ରସାଦ ବାହାରିବ। ସଅଳ ଦ୍ବାରଫିଟା ଓ ସଅଳ ପହୁଡ଼ ବି ହେବ। ଏହି ଉପଲକ୍ଷେ ଛତିଶାନିଯୋଗ ବୈଠକରେ ଚୂଡ଼ାନ୍ତ ସ୍ବତନ୍ତ୍ର ନୀତିକାନ୍ତିକୁ ଗୁରୁବାର ଦିନ ପରିଚାଳନା କମିଟି ଅନୁମୋଦନ କରିଛି।

ଚୂଡ଼ାନ୍ତ ନୀତି ଅନୁଯାୟୀ, ପ୍ରତିଦିନ ରାତି ୨ଟାରୁ ଦ୍ବାରଫିଟା ଓ ଭୋର ୫ଟା ୨୦ରେ ପହିଲି ଭୋଗ ନୀତି ହେବ। ସେହିଭଳି ଜାନୁଆରି ୬ ତାରିଖରେ ଦେବାଭିଷେକ ପୂର୍ଣ୍ଣିମାରେ ପୂର୍ବାହ୍ନ ସାଢ଼େ ୧୧ଟାରେ ମହାପ୍ରଭୁ ଶ୍ରୀପୟର ଲାଗି ଅଭିଷେକ ବେଶ ହେବେ। ଜାନୁଆରି ୧୪ ତାରିଖ ମକର ସଂକ୍ରାନ୍ତିରେ ପୂର୍ବାହ୍ଣ ୧୦ଟାରେ ନୂଆଲୁଗା ଲାଗି ହୋଇ ମହାପ୍ରଭୁ ମକର ବେଶରେ ଦର୍ଶନ ଦେବେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।