ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ଆସୁଛନ୍ତି ଅମିତ ଶାହ: ଲୋକସେବା ଭବନରେ ନବୀନଙ୍କ ସହ ବସିବେ

ଭୁବନେଶ୍ବର: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କାଲି (ଶୁକ୍ରବାର) ଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶୁକ୍ରବାର ରାତି ୧୦ଟା ୪୦ରେ ସେ ଭୁବନେଶ୍ୱରରେ ପହଞ୍ଚିବେ। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସିବେ। ଶନିବାର ପୂର୍ବାହ୍ନ ୧୧ଟାରେ ଲୋକସେବା ଭବନରେ ଭର୍ଚୁଆଲ ମାଧ୍ୟମରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବେ।

ସୁକିନ୍ଦା-କମାକ୍ଷାନଗର ଓ ଚଣ୍ଡିଖୋଲ-ଭଦ୍ରକ ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ ହେବ। ଏହି କାର୍ଯ୍ୟକ୍ରମ ଘଣ୍ଟାଏ ଧରି ଚାଲିବାକୁ ଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଜାତୀୟ ରାଜପଥ ଅଧିକାରୀମାନେ ଯୋଗ ଦେବେ। ମଧ୍ୟାହ୍ନ ୧୨ଟାରୁ ସାଢ଼େ ୧୨ ପର୍ଯ୍ୟନ୍ତ ଲୋକସେବା ଭବନରେ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସମୀକ୍ଷା ବୈଠକରେ ମଧ୍ୟ ଶ୍ରୀ ଶାହ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୋବାଇଲ ନେଟଵର୍କ ଅପହଞ୍ଚ ଇଲାକାରେ ଟାଵାର ସ୍ଥାପନ ସହ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସଂକ୍ରାନ୍ତୀୟ କିଛି ଦାବି ମୁଖ୍ୟମନ୍ତ୍ରୀ ଉପସ୍ଥାପନ କରିପାରନ୍ତି। ସେହିପରି ନକ୍ସଲ ଦମନ ମୁକାବିଲା ସମ୍ପର୍କରେ ଆଲୋଚନା ହେବ। ଲୋକସେବା ଭବନରେ ବୈଠକ ଶେଷ ହେଲା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ ବୈଠକରେ ଶ୍ରୀ ଶାହ ଯୋଗ ଦେବେ। ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ଦଳୀୟ କର୍ମକର୍ତ୍ତା ଓ ବରିଷ୍ଠ ନେତୃବୃନ୍ଦଙ୍କ ସହ ରୁଦ୍ଧଦ୍ୱାର ବୈଠକ କରିବେ। ସଂନ୍ଧ୍ୟା ୬ଟାରେ ଭୁବନେଶ୍ୱର ଛାଡିବା ପୂର୍ବରୁ ବିମାନ ବନ୍ଦର ଲାଉଞ୍ଜରେ ବି ଦଳୀୟ କର୍ମୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।