ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଆଜି ଏକାସଙ୍ଗେ ୫ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ମୋଦୀ

ଭୋପାଳ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶ ଗସ୍ତରେ ଯାଇ ରାଣୀ କମଳାପତି ରେଳଷ୍ଟେସନରେ ପହଞ୍ଚି ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରାଇବେ । ଏହି ପାଞ୍ଚଟି ବନ୍ଦେ ଭାରତ ଟ୍ରେନ ହେଲା-ଭୋପାଳ(ରାଣୀ କମଳାପତି)-ଇନ୍ଦୋର ବନ୍ଦେ ଭାରତ ଏକ୍ସପ୍ରେସ, ଭୋପାଳ (ରାଣୀ କମଳାପତି)-ଜବଲପୁର ବନ୍ଦେ ଭାରତ ଏକ୍ସପ୍ରେସ, ରାଞ୍ଚି-ପାଟନା ବନ୍ଦେ ଭାରତ ଏକ୍ସପ୍ରେସ, ଧରୱାଡ-ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ ଏବଂ ଗୋଆ (ମାଡଗାଓଁ) ମୁମ୍ବାଇ ବନ୍ଦେ ଭାରତ ଏକ୍ସପ୍ରେସ । ଭୋପାଳ(ରାଣୀ କମଳାପତି) -ଇନ୍ଦୋର ବନ୍ଦେ ଭାରତ ଏକ୍ସପ୍ରେସ ମଧ୍ୟପ୍ରଦେଶର ଦୁଇ ନଗରୀ ମଧ୍ୟରେ ସହଜ ଓ ଦୃତ ଯାତ୍ରାର ସୁବିଧା କରିବା ସହ ସେ ଅଞ୍ଚଳରେ ସାଂସ୍କୃତିକ, ପର୍ଯ୍ୟଟନ ଓ ଧାର୍ମିକ ସ୍ଥଳୀ ସହ ସଂଯୋଗୀକରଣ ବୃଦ୍ଧି କରିବ ।

ଭୋପାଳ-(ରାଣୀ କମଳାପତି) ଜବଲପୁର ବନ୍ଦେ ଭାରତ ଏକ୍ସପ୍ରେସ ମହାକୋଶଳ ଅଞ୍ଚଳ (ଜବଲପୁର)ରୁ କେନ୍ଦ୍ରାଞ୍ଚଳ ଭୋପାଳକୁ ସଂଯୋଗ କରିବ । ରାଞ୍ଚି-ପାଟନା ବନ୍ଦେ ଭାରତ ଏକ୍ସପ୍ରେସ ଝାଡଖଣ୍ଡ ଓ ବିହାର ନିମନ୍ତେ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ । ପାଟନା- ରାଞ୍ଚି ମଧ୍ୟରେ ସଂଯୋଗୀକରଣ ବୃଦ୍ଧି ସହ ଏହି ଟ୍ରେନ ପର୍ଯ୍ୟଟକ, ବ୍ୟବସାୟୀ ଓ ବିଦ୍ୟାର୍ଥୀମାନଙ୍କ ନିମନ୍ତେ ଖୁବ୍ ସୁବିଧାଜନକ ହେବ ।ଧରୱାଡ-ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ କର୍ଣ୍ଣାଟକର ଗୁରୁତ୍ୱପୂର୍ଣ୍ଣ ସହର ଧରୱାଡ, ହୁବଲୀ ସହ ରାଜଧାନୀ ବେଙ୍ଗାଲୁରୁକୁ ସଂଯୋଗ କରିବ । ଗୋଆ(ମାଡଗାଓଁ)-ମୁମ୍ବାଇ ବନ୍ଦେ ଭାରତ ଏକ୍ସପ୍ରେସ ଗୋଆ ନିମନ୍ତେ ହେବ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ। ଏହା ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଟର୍ମିନାଲ ଓ ଗୋଆ ମାଡଗାଓଁ ଷ୍ଟେସନ ମଧ୍ୟରେ ଚଳାଚଳ କରିବ। ଏହି ଟ୍ରେନ ଗୋଆର ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ