ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି: ଆଜିଠୁ ପ୍ରାର୍ଥିପତ୍ର ଦାଖଲ

ଭୁବନେଶ୍ବର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ (ଦେଶରେ ଷଷ୍ଠ ପର୍ଯ୍ୟାୟ) ନେଇ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବର ଲୋକସଭା ଆସନ ଏବଂ ଏହା ଅଧୀନସ୍ଥ ୪୨ଟି ବିଧାନସଭା ଆସନରେ ମେ’ ୨୫ରେ ନିର୍ବାଚନ ହେବ। ଏହି ସବୁ ଆସନରେ ଆସନ୍ତାକାଲି ଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇ ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ।

୬ଲୋକସଭା, ୪୨ ବିଧାନସଭା ଆସନରେ ମେ’୨୫ରେ ମତଦାନ
ଆଜିଠୁ ପ୍ରାର୍ଥିପତ୍ର ଦାଖଲ ମେ ୯ରେ ପ୍ରତ୍ୟାହାର

ମେ’୭ରେ ନାମାଙ୍କନପତ୍ର ଯାଞ୍ଚ ହେବ। ମେ’୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ। ଏହି ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ୍ ୯୪ଲକ୍ଷ ୪୧ହଜାର ୭୯୭ଜଣ ଭୋଟର ଥିବାବେଳେ ଏଥିରେ ୪୮,୨୬,୩୭୫ଜଣ ପୁରୁଷ ଏବଂ ୪୬,୧୪,୧୩୪ଜଣ ମହିଳା, ୧୨୮୮ଜଣ କିନ୍ନର ଭୋଟର ଅଛନ୍ତି। ସୂଚନାଯୋଗ୍ୟ ‌ଯେ ଗତ ୨୬ ତାରିଖରୁ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇଛି। ଏହା ୩ ତାରିଖ ପର୍ଯ୍ୟନ୍ତ ଚାଲିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।