ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ଦିନ ୧୨ଟା ସୁଦ୍ଧା ମୁଣ୍ଡଳୀ ଦେଇ ମହାନଦୀରେ ପ୍ରବାହିତ ହେବ ୮ ଲକ୍ଷ କ୍ୟୁସେକ ପାଣି

ଭୁବନେଶ୍ୱର: ଆଜି ଦିନ ୧୨ଟା ସୁଦ୍ଧା ମୁଣ୍ଡଳୀ ଦେଇ ମହାନଦୀରେ ୮ ଲକ୍ଷ କ୍ୟୁସେକ ପାଣି ପ୍ରବାହିତ ହେବ | ଆଉ ମହାନଦୀରେ ପାଣି ବଢିବାକୁ ଥିବାବେଳେ ଏସଆରସି(ସ୍ୱତନ୍ତ୍ର ରିଲିଫ କମିଶନର)ଙ୍କ ପକ୍ଷରୁ ଅନୁଗୁଳ, ନୟାଗଡ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ଦୁର୍ବଳ ନଦୀବନ୍ଧ ଉପରେ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି | ସେହିପରି ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ପ୍ରମୁଖ ନଦୀ ସହ ଶାଖା ନଦୀମାନଙ୍କରେ ମଧ୍ୟ ପାଣି ବଢ଼ିବାରେ ଲାଗିଛି |

ଏସବୁକୁ ନଜରରେ ରଖି ଏସଆରସିଙ୍କ ପକ୍ଷରୁ ୧୫ଟି ଜିଲ୍ଲାକୁ ନେଇ ଆଲର୍ଟ ଜାରି କରାଯାଇଛି | ଏହି ସବୁ ଜିଲ୍ଲା ହେଉଛି ଭଦ୍ରକ, ଯାଜପୁର, ସମ୍ବଲପୁର, କେଉଁଝର, ମୟୁରଭଞ୍ଜ, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବାଲେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡା | ଏହି ସବୁ ଜିଲ୍ଲାରେ ୮ଟି ଏନଡିଆରଏଫ ଟିମ, ୧୩ଟି ଓଡ୍ରାଫ ଟିମ ଓ ୨୩ଟି ଅତିରିକ୍ତ ଦମକଳ ବାହିନୀଙ୍କୁ ମୁତୟନ କରାଯାଇଛି |

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।