ଧର୍ମ ରାଜ୍ୟ

ଆଜି ପବିତ୍ର ଜନ୍ମାଷ୍ଟମୀ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ ୧୮।୦୮: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଆଜି ଜନ୍ମ ଉତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ଆଜି ସଂନ୍ଧ୍ଯା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ।

ଖବର ଅନୁଯାୟୀ, ସଂନ୍ଧ୍ଯାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଟେରା ବନ୍ଧା ହେବା ପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା,ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ। ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ। ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିବେ । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ। ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣକରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ।..

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ