କଳା ଓ ସଂସ୍କୃତି ଦେଶ ବିଦେଶ ଧର୍ମ ରାଜ୍ୟ

ଆଜି ପୌଷ ପୂର୍ଣ୍ଣିମା, ରତ୍ନ ସିଂହାସନରେ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ ୨୮।୦୧ : ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟଭିଷେକ ନୀତି ସମ୍ପାଦନ କରାଯିବ । ରତ୍ନ ସିଂହାସନରେ ଶ୍ରୀଜିଉ ମାନେ ରାଜରାଜେଶ୍ୱର ବେଶ ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ।

ପୂର୍ବଦିନରୁ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ । ଏହାପରେ ପରେ ପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀ ଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ | ସେଠାରେ ମାଜଣା ଓ ବନକ ଲାଗି ଆଦି ନୀତି ପରେ ଶ୍ରୀଦେବୀଙ୍କୁ ବେଶ କରାଯିବ । ପରେ ରତ୍ନସିଂହାସନରେ ମହାପ୍ରଭୁ ମାନଙ୍କ ସୁନାବେଶ ଅନୁଷ୍ଠିତ ହେବ । କିରିଟ, ଶ୍ରୀପୟର, ଶ୍ରୀଭୁଜ, ହରିଡ଼ାମାଳ, ବାହାଡା ମାଳ, ଆଦି ବିବିଧ ପ୍ରକାର ସ୍ଵର୍ଣ ଅଳଙ୍କରରେ ମହାପ୍ରଭୁ ମାନେ ରାଜରାଜେଶ୍ୱର ବେଶରେ ଭକ୍ତ ଗଣଙ୍କୁ ଦର୍ଶନ ଦେବେ ।

ଅନ୍ୟପଟେ ଆଜି ମଧ୍ୟ ପୁଷ୍ୟା ନକ୍ଷତ୍ର ଯୋଗରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ମଧ୍ୟ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ । ପଞ୍ଚଦେବତା ପୂଜା ଠାରୁ ଆରମ୍ଭ କରି ଶାସ୍ତ୍ରୀୟ ପୂଜା ପରେ ଗଜପତି ମହାରାଜ ଅଭିଷେକ ହେବେ । ଷୋଳ ଶାସନ ବ୍ରାହ୍ମଣ ଓ ପଣ୍ଡିତ ମାନେ ନଡ଼ିଆ, ପଇତା ପ୍ରଦାନ କରିବା ସହ ମହାରାଜାଙ୍କୁ ଆଶୀର୍ବାଦ ଦେବେ । ଗଜପତିଙ୍କ ଶାସନ ଶୁଭ ଓ ମଙ୍ଗଳପ୍ରଦ ହେବା ସହ ଜଗତର କଲ୍ୟାଣ ପାଇଁ ଏହି ନୀତି କରାଯାଉଥିବା ବେଳେ ଏନେଇ ବ୍ରାହ୍ମଣ ମାନେ ଆଶିଷ ମଧ୍ୟ ଦେଇଥାନ୍ତି । ସେହିପରି ଆଜି ସନ୍ଧ୍ୟାରେ ଶଙ୍କରାଚାର୍ଯ୍ୟ ମଠ ପକ୍ଷରୁ ସମୁଦ୍ର ଆଳତିର ବର୍ଷପୂର୍ତ୍ତି ଉତ୍ସବ ମଧ୍ୟ ପାଳନ କରାଯିବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ