ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ଭୁବନେଶ୍ବରରେ ପାଳନ ହେବ ଜନଜାତି ଗୌରବ ଦିବସ

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଘୋଷଣାକ୍ରମେ ମହାନ ଜନଜାତି ସ୍ବାଧୀନତା ସଂଗ୍ରାମୀ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ନଭେମ୍ବର ୧୫ ତାରିଖକୁ ଜନଜାତି ଗୌରବ ଦିବସ ଭାବେ ପାଳନ କରାଯାଉଛି। ଏହି କ୍ରମରେ ମଙ୍ଗଳବାର ଭୁବନେଶ୍ବରସ୍ଥିତ କିସ୍‌ ବିଶ୍ବବିଦ୍ୟାଳୟ ପରିସରରେ ଉତ୍ସବ ଆୟୋଜନ କରାଯିବ। ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗ ଦେବେ କେନ୍ଦ୍ର ସଂସଦୀୟ ବ୍ୟାପାର ଓ ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ ଅର୍ଜୁନରାମ ମେଘୱାଲ। ଏହାଛଡ଼ା ବହୁ ବିଶିଷ୍ଟ ବ୍ୟକ୍ତି ସମାରୋହରେ ଅଂଶଗ୍ରହଣ କରିବେ।

କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରଣାଳୟର ଯୁଗ୍ମସଚିବ ଉମା ନନ୍ଦୁରୀ, ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ, ପର୍ଯ୍ୟଟନ ରାଷ୍ଟ୍ରମନ୍ତ୍ରୀ ଅଶ୍ବିନୀ କୁମାର ପାତ୍ର, ରାଜ୍ୟ ଆଇନ, ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଜନଜାତିର ଉଦ୍ୟମୀ ଏବଂ ସଫଳ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯିବ। କିସ୍ ଛାତ୍ରଛାତ୍ରୀଙ୍କ ଦ୍ବାରା ଜନଜାତି ନୃତ୍ୟ ପରିବେଷଣ କରାଯିବ। ବିଶିଷ୍ଟ ଜନଜାତି ଅତିଥି କଳାକାରମାନେ ଢେମସା ନୃତ୍ୟ ପରିବେଷଣ କରିବେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।