ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ୱର : ଦେଶରେ ନିଯୁକ୍ତି ଆଶାୟୀ ପ୍ରତିଭାବାନ ଯୁବକଯୁବତୀଙ୍କୁ ସରକାରୀ ଚାକିରି ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଭାରତ ସରକାର ବିଭିନ୍ନ ସ୍ଥାନରେ ରୋଜଗାର ମେଳା ଆୟୋଜନ କରୁଛନ୍ତି। ଆଜି (ଶୁକ୍ରବାର) ଓଡ଼ିଶାରେ ଚଳିତ ବର୍ଷର ପ୍ରଥମ ରୋଜଗାର ମେଳା ଅନୁଷ୍ଠିତ ହେଉଛି। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ରୋଜଗାର ମେଳାରେ ଯୋଗ୍ୟ ପ୍ରାର୍ଥୀମାନଙ୍କୁ ସରକାରୀ ଚାକିରିର ନିଯୁକ୍ତିପତ୍ର ବାଣ୍ଟିବେ। ଏମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗରେ ନିଯୁକ୍ତି ମିଳିବ। ଭୁବନେଶ୍ୱର ଆଚାର୍ଯ୍ୟ ବିହାରସ୍ଥିତ ସିଏସ୍ଆଇଆର୍-ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଏମ୍ଏମ୍ଟି)ରେ ଏହି ମେଳା ଅନୁଷ୍ଠିତ ହେଉଛି।
ସୂଚନାଯୋଗ୍ୟ, ଦେଶର ୧୦ ଲକ୍ଷରୁ ଅଧିକ ଲୋକଙ୍କୁ ଚାକିରି ଦେବା ଲାଗି ଗତ ଅକ୍ଟୋବର ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୋଜଗାର ମେଳାର ଶୁଭାରମ୍ଭ କରିଥିଲେ। ପର୍ଯ୍ୟାୟକ୍ରମେ ଦେଶର ବିଭିନ୍ନ ସହରରେ ମେଳାମାନ ଆୟୋଜନ କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭାରତ ସରକାରଙ୍କ ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗରେ ଖାଲି ରହିଥିବା ଅନୁମୋଦିତ ପଦବୀ ପୂରଣ ଲାଗି ମିଶନ ମୋଡରେ କାମ କରୁଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l