ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ବିଜେ

ପୁରୀ : ମଙ୍ଗଳବାରଠାରୁ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ଚତୁର୍ଦ୍ଧା ବିଗ୍ରହ ବୁଧବାର ପୂର୍ବାହ୍ନ ସୁଦ୍ଧା ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିଛନ୍ତି। ମଙ୍ଗଳବାରଠାରୁ ବଡ଼ଦାଣ୍ଡରେ ଅଟକି ରହିଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ବୁଧବାର ଦିନ ଶରଧାବାଲିରେ ବିଜେ କରିଛନ୍ତି। ତିନିରଥ ଶରଧାବାଲିରେ ବିଜେ ପରେ ରଥ ଉପରେ ଆଜିର ଦୈନନ୍ଦିନ ନୀତିକାନ୍ତି ସଂପନ୍ନ ହୋଇଛି। ରଥଟଣା ଦିନ ଆଡ଼ପ ପହଣ୍ଡି ପରମ୍ପରା ବିରୋଧୀ ଥିବାରୁ ଗୁରୁବାର ଅପରାହ୍ନରେ ଚତୁର୍ଦ୍ଧା ବିଗ୍ରହ ଆଡ଼ପ ପହଣ୍ଡି କରିବାକୁ ନିଷ୍ପତ୍ତି ହୋଇଛି। ଗୋଟି ପହଣ୍ଡିରେ ଚତୁର୍ଦ୍ଧା ବିଗ୍ରହ ଆଡ଼ପ ମଣ୍ଡପ(ଜନ୍ମବେଦି)କୁ ବିଜେ କରିବେ।

ମଙ୍ଗଳବାର ଦିନ ରଥଟଣାରେ ବିଳମ୍ବ ଯୋଗୁ ଦୁଇରଥ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ସନ୍ଧ୍ୟା ପୂର୍ବରୁ ପହଞ୍ଚି ପାରି ନଥିଲେ। ବଡ଼ଠାକୁରଙ୍କ ତାଳଧ୍ବଜ ରଥ ରାତି ୭ଟା ୪୫ରେ ଶରଧାବାଲିରେ ପହଞ୍ଚିଥିଲେ ବି ରାତି ଯୋଗୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ବଳଗଣ୍ଡି ଛକ ମାଉସୀ ମା’ଙ୍କ ମନ୍ଦିର ପାଖରେ ଏବଂ ଦେବୀ ସୁଭଦ୍ରାଙ୍କ ରଥ ବଡ଼ଶଙ୍ଖଠାରେ ଅଟକି ରହିଥିଲେ। ଏଣୁ ମଙ୍ଗଳବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ବଡ଼ଦାଣ୍ଡ ଭକ୍ତଙ୍କ ଗହଳଚହଳରେ ଭରି ରହିଥିଲା। ବିଳମ୍ବିତ ରାତି ପର୍ଯ୍ୟନ୍ତ ରଥାରୁଢ଼ ଶ୍ରୀବିଗ୍ରହଙ୍କୁ ଦର୍ଶନ ପାଇଁ ଭକ୍ତମାନେ ରଥ ପାଖରେ ଗହଳି ଲଗାଇଥିଲେ। ବୁଧବାର ସକାଳୁ ରଥ ଉପରେ ମଙ୍ଗଳ ଆଳତି ସହ ତଡ଼ପଲାଗି, ଅବକାଶ ପୂଜା ଓ ବେଶ ଶେଷପରେ ସକାଳ ପ୍ରାୟ ୯ଟାରେ ରଥଟଣା ଆରମ୍ଭ ହୋଇଥିଲା। ପ୍ରଥମେ ଦର୍ପଦଳନ ଓ ପରେ ନନ୍ଦିଘୋଷ ରଥ ଟଣାଯାଇଥିଲା। ହଜାରହଜାର ସଂଖ୍ୟାରେ ଭକ୍ତ ଏକାଠି ହୋଇ ଦୁଇରଥକୁ ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ବାରକୁ ଟାଣି ନେଇଥିଲେ। ‘ଜୟ ଜଗନ୍ନାଥ’ ସହ ହରିବୋଲ, ହୁଳହୁଳିରେ ଖଣ୍ଡମଣ୍ଡଳ ପ୍ରକମ୍ପିତ ହୋଇଥିଲା। ପ୍ରଥମେ ପୂର୍ବାହ୍ନ ୧୦ଟା ୨୫ରେ ଦର୍ପଦଳନ ରଥ ଶରଧାବାଲିରେ ବିଜେ କରିଥିଲା। ପରେ ପରେ ୧୦ଟା ୩୫ରେ ନନ୍ଦିଘୋଷ ରଥ ବିଜେ କରିଥିଲା।

ସେପଟେ ବୁଧବାର ଦିନ ବି ବହୁସଂଖ୍ୟାରେ ଭକ୍ତ ବଡ଼ଦାଣ୍ଡରେ ରୁଣ୍ଡ ହୋଇ ରଥ ଟାଣିବା ସହ ରଥାରୁଢ଼ ମହାବାହୁଙ୍କ ଦିବ୍ୟ ଦର୍ଶନର ସାନ୍ନିଧ୍ୟ ଲାଭ କରିଛନ୍ତି। ଆଜି ବି ବଡ଼ଦାଣ୍ଡରେ ଭକ୍ତିମୟ ପରିବେଶ ଦେଖିବାକୁ ମିଳିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।