ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ମହାଶିବରାତ୍ରି, ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ

ଭୁବନେଶ୍ୱର ୦୧।୦୩ : ପବିତ୍ର ମହା ଶିବରାତ୍ରି । ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ । ବଡିଭୋରରୁ ଶ୍ରଦ୍ଧାଳୁ ମାନେ ବିଭିନ୍ନ ଶୈବପୀଠକୁ ଯାଇ ମହାଦେବଙ୍କୁ ଦର୍ଶନ କରୁଛନ୍ତି ।

ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ମଧ୍ୟ ନାହିଁ ନଥିବା ଭିଡ ପରିଲକ୍ଷିତ ହୋଇଛି । ଭୋର ୩ ଟା୩୦ ରେ ଅବକାଶ ନୀତି ଅନୁଷ୍ଠିତ ହୋଇଛି । ଭୋର ୫ଟାରୁ ସର୍ବସାଧାରଣ ଦର୍ଶନ ପାଇଁ ଅନୁମତି ମିଳିଛି । ତେବେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି । ଭୁବନେଶ୍ୱର ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ୬ ଜଣ ଅତିରିକ୍ତ ଡିସିପି,୧୨ ଜଣ ଏସିପି, ୧୯ ଜଣ ଇନ୍ସପେକ୍ଟର, ୮୫ ଅଫିସରଙ୍କ ସହ ପ୍ରାୟ ୨୭ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟା ପରେ ମହାଦୀପ ଉଠିବ ବୋଲି ସମୟ ଧାର୍ଯ୍ୟ ହୋଇଛି ।

ସେହିପରି ରାଜ୍ୟର ପ୍ରମୁଖ ଶୈବପୀଠ ପୁରୀର ଶ୍ରୀଲୋକନାଥ ପୀଠ, ରାଉରକେଲାର ବେଦବ୍ୟାସ, ଆଠଗଡର ଧବଳେଶ୍ବର, ଢେଙ୍କାନାଳର କପିଳାସ, ଆରଡିର ଆଖଣ୍ଡଳମଣି, ବାଲେଶ୍ବରର ପଞ୍ଚଲିଙ୍ଗେଶ୍ବର, ଜଳେଶ୍ବରର ଚନ୍ଦନେଶ୍ବର, ଭୋଗରାଇର ଭୁଷଣ୍ଡେଶ୍ବର ,ନୟାଗଡ଼ର ଲଢୁବାବା, କୋରାପୁଟର ଗୁପ୍ତେଶ୍ବର ଭଳି ଶୈବ ପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳୁଛି । ଲୋକନାଥଙ୍କ ପୀଠରେ ରାତି ୨ ଟାରୁ ୩ ଟା ମଧ୍ୟରେ ହରିହର ଭେଟ ପରେ ମହାଦୀପ ଉଠିବାର କାର୍ଯ୍ୟକ୍ରମ ରହିଛି । ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ୍, ସ୍ବତନ୍ତ୍ର ପୋଲିସ କଣ୍ଟ୍ରୋଲ ରୁମର ବ୍ୟବସ୍ଥା ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ