ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଆଡଭାନୀଙ୍କୁ ଭାରତରତ୍ନ ପ୍ରଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତରତ୍ନ ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ମୁର୍ମୁ ଆଡଭାନୀଙ୍କ ଘରକୁ ଯାଇ ସେଠାରେ ତାଙ୍କୁ ଭାରତରତ୍ନରେ ସମ୍ମାନିତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏବଂ ବରିଷ୍ଠ କେନ୍ଦ୍ରମନ୍ତ୍ରୀମାନେ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ଗତକାଲି ରାଷ୍ଟ୍ରପତି ଭବନରେ ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିଂହ ରାଓ, ମହାନ ଚାଷୀ ନେତା ଚୌଧୁରୀ ଚରଣ ସିଂହ, କୃଷି ବୈଜ୍ଞାନିକ ଏମ୍ ଏସ୍ ସ୍ୱାମୀନାଥନ୍ ଏବଂ ପୂର୍ବତନ ବିହାର ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମରଣୋତ୍ତର ଭାବେ ଭାରତରତ୍ନ ପ୍ରଦାନ କରାଯାଇଥିଲା। ଅସୁସ୍ଥତା କାରଣରୁ ଆଡଭାନୀ ଏହି ଉତ୍ସବରେ ଗତକାଲି ଯୋଗଦେଇ ନଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ