ରାଜନୀତି ରାଜ୍ୟ

ଆରମ୍ଭ ହେଲା ପଦ୍ମପୁର ଭୋଟ ଗଣତି: ପ୍ରଥମେ ପୋଷ୍ଟାଲ ବାଲାଟ୍ ଗଣତି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ବରଗଡ଼: ପଦ୍ମପୁରରେ ଗୁରୁବାର ସକାଳ ୮ଟାରୁ ଭୋଟ୍ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମେ ୨୯୬ଟି ପୋଷ୍ଟାଲ ବାଲାଟ୍ ଗଣତି ଆରମ୍ଭ ହୋଇଛି। ଏଥିରେ ୨୪ଟି ସର୍ଭିସ ଭୋଟରଙ୍କ ଭୋଟ୍ ଏବଂ ୨୭୨ଟି ଅନୁପସ୍ଥିତ ଭୋଟରଙ୍କ (ମତଦାନ କେନ୍ଦ୍ରକୁ ଆସିପାରିନଥିବା ଦିବ୍ୟାଙ୍ଗ ଏବଂ ୮୦ବର୍ଷରୁ ଊର୍ଦ୍ଧ୍ବ (ବରିଷ୍ଠ ନାଗରିକ) ଭୋଟ୍ ଗଣତି ଚାଲିଛି।

ପଦ୍ମପୁର ନିୟନ୍ତ୍ରିତ ବଜାର ପ୍ରାଙ୍ଗଣରେ ଭୋଟ୍‌ ଗଣତି କରାଯାଉଛି। ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କ ତତ୍ତ୍ବାବଧାନରେ ଗଣତି ଚାଲିବ। ଗଣନା ପାଇଁ ୩ଜଣ ସହକାରୀ ରିଟର୍ଣ୍ଣିଂ ଅଫିସର୍‌ ରହିବେ। ୨୩ ରାଉଣ୍ଡ ଗଣତି ପରେ ଫଳାଫଳ ବାହାରିବ। ଆଜି ପଦ୍ମପୁର ଉପନିର୍ବାଚନର ଫଳାଫଳ ଘୋଷିତ ହେବ। ବିଜେଡି ପ୍ରାର୍ଥିନୀ ବର୍ଷା ସିଂହ ବରିହା, ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଓ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ ସମୁଦାୟ ୧୦ଜଣ ନିର୍ବାଚନ ମଇଦାନରେ ଅଛନ୍ତି। ମତାଦାତା କାହାକୁ ବିଧାୟକ ଭାବେ ବାଛିଛନ୍ତି ଭୋଟଗଣତି ପରେ ଜଣାପଡ଼ିବ।

ଏଠାରେ ସୂଚନାତଥାଉକି,ଏହି ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ଅର୍ଥାତ୍ ୮୧.୨୯ ପ୍ରତିଶତ ମତଦାନ ହୋଇଛି। ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟରଙ୍କ ମଧ୍ୟରୁ ୨ଲକ୍ଷ ୯ହଜାର ୩୦୯ ଭୋଟର ୩୧୯ ବୁଥରେ ମତଦାନ କରିଥିଲେ।

ସେହିପରି ସୁରକ୍ଷା ଦୃଷ୍ଟିରୁ ଗଣତି କେନ୍ଦ୍ରର ୧୦୦ମିଟର ପରଧି ଅଞ୍ଚଳକୁ କୌଣସି ଗାଡ଼ି ଯାଇପାରିବନି। ଏହାକୁ ପାଦଚଲା ଜୋନ୍ ଘୋଷଣା କରାଯାଇଛି। ତିନିଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ବେଳେ ଏଥିପାଇଁ ସିଏପିଏଫ୍, ଏସ୍‌ଏପିଏଫ୍‌ ଏବଂ ସ୍ଥାନୀୟ ପୁଲିସକୁ ମୁତୟନ କରାଯାଇଛି। ଏହାବାଦ୍ results.eci.gov.in ପୋର୍ଟାଲରେ ସାଧାରଣ ଲୋକ ଭୋଟ୍‌ ଗଣତି ନେଇ ଅପ୍‌ ଟୁ ଡେଟ୍ ତଥ୍ୟ ପାଇପାରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ଗତକାଲି ସୂଚନା ଦେଇଥିଲେ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର