ରାଜ୍ୟ ସ୍ପେଶାଲ ରିପୋର୍ଟ

ଆରମ୍ଭ ହେଲା ପ୍ରାକ୍‌ ମୌସୁମୀ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ଓ ୧୩ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା: ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି। ଫଳରେ ଆଗକୁ ଆଉ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ନଥିବା ବେଳେ ପ୍ରାକ୍‌ ମୌସୁମୀ ଜନିତ କାଳବୈଶାଖୀ ଓ ବର୍ଷାରେ ସାରା ରାଜ୍ୟ ଭିଜିବାର ସମ୍ଭାବନା ରହିଛି।

ଆସନ୍ତା କାଲି ୨୧ ଜୁନ (ବୁଧବାର)ରେ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୨ ଜୁନ୍‌ରୁ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ କିଛି ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୨୧ ତାରିଖରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ( ୭ ରୁ ୧୧ ସେମି) ସମ୍ଭାବନା ରହିଥିବାବେଳେ ୨୩ ଏବଂ ୨୪ ତାରିଖରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ( ୭ ରୁ ୨୦ ସେମି) ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୧ତାରିଖ ବୁଧବାର ଅପରାହ୍ନ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, କଳାହାଣ୍ଡି ଓ କୋରାପୁଟ ପ୍ରଭୃତି ୯ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିଝଡ଼ କାଳରେ ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଏତଦ୍‌ବ୍ୟତୀତ ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶାର କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ , ନୟାଗଡ଼, କନ୍ଧମାଳ, ଢ଼େଙ୍କାନାଳ, ଅନୁଗୁଳ, ରାୟଗଡ଼ା ବୌଦ୍ଧ, ନବରଙ୍ଗପୁର ଓ ମାଲକାନଗିରି ପ୍ରଭୃତି ୧୩ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ଏହି ସମୟ ମଧ୍ୟରେ ଟୁଇନ୍‌ ସିଟି ଭୁବନେଶ୍ୱର ଓ କଟକ ଏବଂ ଏହାର ଆଖପାଖ ଅଞ୍ଚଳରେ ଅପରାହ୍ନ/ସନ୍ଧ୍ୟାରେ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।