ରାଜ୍ୟ ସ୍ପେଶାଲ ରିପୋର୍ଟ

ଆରମ୍ଭ ହେଲା ଶ୍ରୀଜିଉଙ୍କର ନବଯୌବନ ଦର୍ଶନ

ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କର ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହାପୂର୍ବରୁ ଆଜି ସକାଳ ୮ଟାରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କର ନବଯୌବନ ଦର୍ଶନ। ପରିମାଣିକ ଦର୍ଶନର ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ଚଳିତ ଥର ମାତ୍ର ୩ ଘଣ୍ଟା ନବଯୌବନ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ସକାଳ ୮ଟାରୁ ୯ଟା ପରିମାଣିକ ଦର୍ଶନ ଓ ସକାଳ ୯ଟାରୁ ପୂର୍ବାହ୍ନ ୧୧ଟା ସାହାଣମେଲା ଦର୍ଶନ ହେବ। ଆଜି ପରିମାଣିକ ଦର୍ଶନ ଲାଗି ୫ ହଜାର ଟିକେଟ୍ ବିକ୍ରି କରାଯାଇଥିବା ଜଣାଯାଇଛି। ପୂର୍ବାହ୍ନ ୧୧ଟାରୁ ଦର୍ଶନ ବନ୍ଦ ହୋଇ ରଥଯାତ୍ରା ପ୍ରସ୍ତୁତି ଆରମ୍ଭ ହେବ। କିନ୍ତୁ, ଯେଉଁ ଭକ୍ତମାନେ ଦର୍ଶନ ବଦଳରେ ବେଢ଼ା ପରିକ୍ରମା କରିବାକୁ ଚାହୁଁଛନ୍ତି, ସେମାନେ ବେଢ଼ା ପରିକ୍ରମା କରିପାରିବେ। ଏଥିପାଇଁ ପ୍ରଶାସନିକ ପକ୍ଷରୁ ବିଶେଷ ବ୍ୟବସ୍ଥା ହୋଇଛି।

ଏଣେ, ଚକା ବିଜେ କରିଥିବା ଶ୍ରୀଜିଉଙ୍କ ଚକା ଅପସର ନୀତି ସୋମବାର ସକାଳ ୬ଟାରେ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ପଟିଦିଅଁଙ୍କଠାରେ ଦୈନନ୍ଦିନ ନୀତିକାନ୍ତି ଆରମ୍ଭ ହୋଇଥିଲା। ଭୋର ୬ଟା ୧୦ରେ ମଙ୍ଗଳ ଆଳତି, ୬ଟା ୨୫ରେ ମଇଲମ, ୭ଟାରେ ଅବକାଶ ନୀତି ଅନୁଷ୍ଠିତ ହୋଇଥିଲା। ସକାଳ ସାଢ଼େ ୭ଟାରେ ଶ୍ରୀଜିଉଙ୍କ ଅଣସର ସମୟରେ ପୂଜା ପାଉଥିବା ପଟିଦିଅଁ(ଦଶାବତାର)ଙ୍କ ବାହୁଡ଼ା ବିଜେ ନୀତି ଅନୁଷ୍ଠିତ ହୋଇଥିଲା। ସକାଳ ୮ଟାରେ ଅଣସର ତାଟି ଫିଟିବା ପରେ ମହାପ୍ରଭୁ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ପରିମାଣିକ ଟିକେଟ୍‌ କରିଥିବା ଭକ୍ତମାନେ ସକାଳ ୮ଟାରୁ ଦକ୍ଷିଣଦ୍ବାର ଦେଇ ପ୍ରଥମେ ଦର୍ଶନ ପାଇଁ ଯାଉଛନ୍ତି। ପରେ ସାହାଣମେଲା ଦର୍ଶନ ପାଇଁ ସକାଳ ୯ଟାରୁ ଭକ୍ତମାନେ ସିଂହଦ୍ବାର ଦେଇ ପ୍ରବେଶ କରିବେ। ଉଭୟ ପରିମାଣିକ ଓ ସାହାଣମେଲା ଦର୍ଶନ ବେଳେ ଭକ୍ତମାନେ ଭିତରକାଠରୁ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।