ରାଜ୍ୟ ସ୍ପେଶାଲ ରିପୋର୍ଟ

ଆସନ୍ତାକାଲି ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ୨ ଦିନିଆ ଓଡ଼ିଶା ଗସ୍ତ ଆସନ୍ତା ୧୦ ତାରିଖରୁ ଆରମ୍ଭ ହେଉଛି। ରାଷ୍ଟ୍ରପତିଙ୍କ ଭୁବନେଶ୍ବର ଓ କଟକ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ବିସ୍ତୃତ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି।

ବୁଧବାର ଦିନ ବିଭାଗୀୟ ନିର୍ଦେଶକ ଇନ୍ଦ୍ରମଣି ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ‌ଫଟୋ, ଟିଭି ଓ ଲାଇଭ କମନ ଫିଡ୍‌ ପାଇଁ ବିଭାଗର ସଂପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦିଆଯାଇଛି। ବିଭିନ୍ନ ସ୍ଥାନରେ ଦାୟିତ୍ବରେ ଥିବା ବିଭାଗୀୟ ଅଧିକାରୀମାନେ ପରିଚୟପତ୍ର ସହିତ ଉପସ୍ଥିତ ରହି କାର୍ଯ୍ୟକ୍ରମଗୁଡ଼ିକର ବିବରଣୀ ଓ ସୂଚନା ପ୍ରଦାନ କରିବେ। ରାଷ୍ଟ୍ରପତି ଯୋଗ ଦେବାକୁ ଥିବା ଉତ୍କଳ ମଣ୍ଡପ, ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ ଓ ଧାନ ଗବେଷଣା କେନ୍ଦ୍ରଠାରେ ଆୟୋଜିତ ‌କାର୍ଯ୍ୟକ୍ରମଗୁଡ଼ିକର ସିଧା ପ୍ରସାରଣ ପାଇଁ ଗଣମାଧ୍ୟମକୁ କମନ ଫିଡ୍‌ ବ୍ୟବସ୍ଥା କରାଯାଇଛି। ରାଷ୍ଟ୍ରପତିଙ୍କ ଶ୍ରୀଲିଙ୍ଗରାଜ ମନ୍ଦିର ଦର୍ଶନର ଫଟୋ ଓ ଭିଡିଓ କଭରେଜ୍ ସମେତ ଅନ୍ୟ କାର୍ଯ୍ୟକ୍ରମଗୁଡ଼ିକର ସ୍ଥିର ଚିତ୍ର ଓ ଭିଡିଓ ଉତ୍ତୋଳନର ମଧ୍ୟ ବ୍ୟବସ୍ଥା କରାଯାଇଛି ଓ ଏସବୁ ଗଣମାଧ୍ୟମକୁ ଯୋଗାଇ ଦିଆଯିବ।

ବୈଠକରେ ବିଭାଗୀୟ ନିର୍ଦେଶକ(ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦେଶକ ସନ୍ତୋଷ ଦାସ, ଯୁଗ୍ମ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦେଶକ ଗୁରବୀର ସିଂ, ଉପ-ନିର୍ଦେଶକ(କେନ୍ଦ୍ରାଞ୍ଚଳ, କଟକ) ହେମନ୍ତ ନାୟକଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।