ଦେଶ ବିଦେଶ ରାଜ୍ୟ ଲାଇଫ୍ ଷ୍ଟାଇଲ ସ୍ପେଶାଲ ରିପୋର୍ଟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ଟି ଜିଲ୍ଲା‌ରେ ଶୀତ ଲହରୀ ଅନୁଭୂତ ହେବ, ଜାରି ହେଲା ୟେଲୋୱାର୍ଣ୍ଣିଂ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥଣ୍ଡା ପବନ ଅନୁଭୂତ ହୋଇପାରେ। ଏଥିପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ବରଗଡ଼, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାକୁ ପାଣିପାଗ କେନ୍ଦ୍ରପକ୍ଷରୁ ଆସନ୍ତା ୨୪ ଘଣ୍ଟା ପାଇଁ ‌ୟେଲୋ ୱର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ କଟକ, ଜଗତସିଂହପୁର, ପୁରୀ,କେନ୍ଦ୍ରାପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ କନ୍ଧମାଳ ଆଦି ଜିଲ୍ଲା‌ରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହେବାର ସମ୍ଭାବନା ରହିଛି। ଅତ୍ୟାବଶ୍ୟକ କାମଧନ୍ଦା ନଥିଲେ ଭୋର୍ ସକାଳୁ କିମ୍ବା ସନ୍ଧ୍ୟା ପରେ ଲୋକଙ୍କୁ ବାହାରକୁ ଯିବା ଆସିବା ନକରିବାକୁ ବି ପରାମର୍ଶ ଦିଆଯାଇଛି।

ସେହିପରି ଆସନ୍ତା ଫେବ୍ରୁଆରି ୧ରୁ ୨ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ବରଗଡ଼, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଥଣ୍ଡା ପବନ ଅନୁଭୂତ ହେବ। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପୁରୀ, କନ୍ଧମାଳ, ମାଲକାନଗିରି, ଗଞ୍ଜାମ, କୋରାପୁଟ, କଳାହାଣ୍ଡି, ଗଜପତି ଆଦି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିପାରେ।

NewsLaxmi7

About Author

You may also like

ଲାଇଫ୍ ଷ୍ଟାଇଲ

ଭାତ ଖାଇ ଓଜନ ହ୍ରାସ କରନ୍ତୁ

ଆଜିକାଲି ଓଜନ ବଢିବା ଏକ ମୁଖ୍ୟ ସମସ୍ୟା ଭାବେ ଦେଖାଯାଉଛି । କେବଳ ବୟସ୍କ ବ୍ୟକ୍ତି ନୁହଁନ୍ତି ଅନେକ୍ କମ୍ ବୟସର ପିଲାଙ୍କ କ୍ଷେତ୍ରରେ ମଧ୍ୟ ଏହି
ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ