ରାଜ୍ୟ ସ୍ପେଶାଲ ରିପୋର୍ଟ

ଆସନ୍ତା ୨ ଦିନ କମ୍‌ ଶୀତ

ଭୁବନେଶ୍ବର : ରାଜ୍ୟରେ ପ୍ରବଳ ଶୀତ ପ୍ରବାହ ଜାରି ରହିଥିବା ବେଳେ ଶନିବାର ରାତି ଅପେକ୍ଷା ରବିବାର ଦିନ ବିଭିନ୍ନ ସ୍ଥାନରେ ପାରଦସ୍ତରରେ ସାମାନ୍ୟ ବୃଦ୍ଧି ଘଟିଛି। ୫ ଡିଗ୍ରିକୁ ଖସିଥିବା ରାଜ୍ୟର ସର୍ବନିମ୍ନ ତାପମାତ୍ରା ଦେଢ଼ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଶନିବାର ରାତିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରି ଓ ସେମିଳିଗୁଡ଼ାଠାରେ ୬.୫ ଡିଗ୍ରି ରେକର୍ଡ ହୋଇଛି। ବଲାଙ୍ଗୀର ଓ କୋରାପୁଟରେ ୮.୫ ଡିଗ୍ରି, ଢେଙ୍କାନା‌ଳରେ ୯.୮ ଡିଗ୍ରି ରାତି ତାପମାତ୍ରା ରେକର୍ଡ ହୋଇଛି। ରାଜ୍ୟର ଅବଶିଷ୍ଟ ଅଞ୍ଚଳର ତାପମାତ୍ରା ୧୦ ଡିଗ୍ରି ଉପରେ ରହିଛି। ଆସନ୍ତା ୨ ଦିନରେ ରାଜ୍ୟର ତାପମାତ୍ରା ଆହୁରି ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଫଳରେ ରାଜ୍ୟରେ ଶୀତ ପ୍ରକୋପ କିଛି ମାତ୍ରାରେ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଏଥିସହ ରବିବାର ସକାଳୁ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଧା, କନ୍ଧମାଳ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିଥିଲା। ଆସନ୍ତକାଲି ମଧ୍ୟ ଜଗତସିଂହପୁର, ପୁରୀ, ଖୋର୍ଧା, କେନ୍ଦ୍ରାପଡ଼ା, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିପାରେ ବୋଲି ପୂର୍ବାନୁମାନ କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।