ରାଜ୍ୟ

ଆସୁଛି ଆଉ ଏକ ଲଘୁଚାପ: ୨୧ ଯାଏଁ ରାଜ୍ୟରେ ବର୍ଷା

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ। ଗତ ସୋମବାର ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ସଂଲଗ୍ନ ଉତ୍ତରପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ପଶ୍ଚିମ କେନ୍ଦ୍ରୀୟ ଓ ତତ୍ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ। ଏହାର ପ୍ରଭାବରେ  ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ଏଥିଲାଗି ଆଗାମୀ ୨୪ ଘଣ୍ଟାରେ କନ୍ଧମାଳ, କୋରାପୁଟ, ଗଂଜାମ, ଗଜପତି, ରାୟଗଡା ଓ କଳାହାଣ୍ଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ଏହା ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ। ଆଗାମୀ ୭ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି ଆଜି ଅନେକ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ‌ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୮ ତାରିଖରେ ମଧ୍ୟ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।