ରାଜ୍ୟ ସ୍ପେଶାଲ ରିପୋର୍ଟ

ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ୱର ୦୫।୧୨ : ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଭାରତ ମହାସାଗର ଓ ଏହା ସଂଲଗ୍ନ ମାଇକ୍ରୋ ଷ୍ଟେଟ୍‌ ଅଞ୍ଚଳକୁ ପ୍ରବେଶ କରିଛି । ସୋମବାର ସୁଦ୍ଧା ଏହା ଲଘୁଚାପର ରୂପ ନେଇପାରେ । ଏହି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୮ ଓ ୯ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ଗଜପତି ଓ ରାୟଗଡାରେ ଅଧିକ ବର୍ଷା ହୋଇପାରେ ବୋଲି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ପୂର୍ବାନୁମାନ କରିଛନ୍ତି ।

ଡ. ସାହୁ କହିଛନ୍ତି, ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ ମାଲକାନଗିରି ଭଳି ଜିଲ୍ଲାରେ ବର୍ଷା ସମ୍ଭାବନା ଅଛି । ୮ ତାରିଖ ବିଳମ୍ବିତ ରାତିରେ ବର୍ଷା ଆରମ୍ଭ ହୋଇଯିବ । ୯ରେ ଏ ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ରାୟଗଡ଼ା ଓ ଗଜପତିରେ ଅଧିକ ବର୍ଷା ହୋଇପାରେ । ତେବେ ୮ ତାରିଖରୁ ଶୀତ କମିଯିବ । ପାଗ ମେଘୁଆ ରହିଲେ ବି ରାତି ତାପମାତ୍ରା ବଢିବ ବୋଲି ସେ କହିଛନ୍ତି । ରାଜ୍ୟରେ ଶୀତ ପ୍ରାୟ ୩ ଡିଗ୍ରୀ କମିବ । ଆସନ୍ତା ୨ରୁ ୩ ଦିନ ଭିତରେ ରାତି ତାପମାତ୍ରା ଖସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । କିଛି ଜିଲ୍ଲାରେ କୁହୁଡ଼ି ଦେଖାଦେବା ସମ୍ଭାବନା ରହିଛି ।

ରବିବାର କୋରାପୁଟରେ ସବୁଠୁ ଅଧିକ ଥଣ୍ଡା ରହିଥିଲା । ଏଠାରେ ରାତି ତାପମାତ୍ରା ୧୧.୫ ଡିଗ୍ରୀ ଥିଲା । ଜି ଉଦୟଗିରିରେ ୧୩, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ୧୩.୮, କେନ୍ଦୁଝରରେ ୧୪.୬, ରାଣୀତାଳରେ ୧୫, ବାଲେଶ୍ୱରରେ ୧୫.୩, ବାରିପଦାରେ ୧୫.୪, ଅନୁଗୁଳରେ ୧୫.୬, ସିମିଳିଗୁଡ଼ାରେ ୧୫.୬ ତାପମାତ୍ରା ରେକର୍ଡ ହୋଇଛି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।