ରାଜ୍ୟ ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ ସଂକ୍ରମିତଙ୍କ ମୃତ୍ୟୁ: କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୦୭କୁ ବୃଦ୍ଧି

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୦୭କୁ ବୃଦ୍ଧି ପାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ ଏହି ମୃତକଙ୍କ ମଧ୍ୟରେ ଦୁଇ ଜଣ ମହିଳା ଥିବା ବେଳେ ୪ ଜଣ ପୁରୁଷ ଅଛନ୍ତି। ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ କାହାରି ମୃତ୍ୟୁ ଘଟିନଥିବା ବେଳେ କଟକ ଜିଲ୍ଲାରୁ ୨ ଜଣ ଥିବା ଜଣାଯାଇଛି। ଏମାନଙ୍କ ମଧ୍ୟରେ କଟକ ଜିଲ୍ଲାର ଜଣେ ୭୨ ବର୍ଷିୟ ପୁରୁଷ ଓ ଜଣେ ୫୦ ବର୍ଷୀୟା ମହିଳା ଅଛନ୍ତି। ପୁରୀ ଜିଲ୍ଲାର ଜଣେ ୬୭ ବର୍ଷିୟ ପୁରୁଷ ଓ ଜଗତସିଂହପୁରର ଜଣେ ୫୦ ବର୍ଷୀୟା ମହିଳା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଠିକ୍ ସେହିପରି ଢେଙ୍କାନାଳ ଜିଲ୍ଲାର ଜଣେ ୫୫ ବର୍ଷିୟ ପୁରୁଷ ଓ ଅନୁଗୁଳ ଜିଲ୍ଲାର ଜଣେ ୫୦ ବର୍ଷିୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯, ୮୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୬୯୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୧୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯୭୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୪୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୧,୮୭,୨୯୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦,୮୯, ୦୩୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୯, ୭୦୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ