ରାଜ୍ୟ ସ୍ପେଶାଲ ରିପୋର୍ଟ

ଇନ୍‌ପୁଟ୍ ସହାୟତା ବନାମ ଫସଲ ବୀମା: ମରୁଡ଼ି ପ୍ରଭାବିତ ଅଞ୍ଚଳ ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ୨୦୦ କୋଟି

ଭୁବନେଶ୍ବର: ରାଜ୍ୟର ମରୁଡ଼ି ପ୍ରଭାବିତ ଅଞ୍ଚଳର ପୀଡ଼ିତ ଚାଷୀଙ୍କୁ ୨୦୦ କୋଟି ଟଙ୍କାର ଇନ୍‌ପୁଟ୍ ସହାୟତା ରାଶି ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହା ଘୋଷଣା କରିଛନ୍ତି। ଏହି ଅର୍ଥ ରାଜ୍ୟ ସରକାର ନିଜ ରାଜକୋଷରୁ ପ୍ରଦାନ କରିବେ। ମିଳିଥିବା ରିପୋର୍ଟ ଅନୁଯାୟୀ ବର୍ଷା ଅଭାବରୁ ରାଜ୍ୟର ୧୨ଟି ଜିଲ୍ଲାର ୬୪ଟି ବ୍ଲକ୍ ଓ ୧୫ଟି ପୌରାଞ୍ଚଳରେ ଥିବା ପ୍ରାୟ ୨,୬୩,୫୬୦ ହେକ୍ଟର ଚାଷଜମିରେ ୩୩ ପ୍ରତିଶତ ବା ତା’ଠାରୁ ଅଧିକ ଫସଲହାନି ହୋଇଛି। ଅଥଚ ଏପର୍ଯ୍ୟନ୍ତ ମରୁଡ଼ି ପ୍ରପୀଡ଼ିତ ଅଞ୍ଚଳର ବହୁସଂଖ୍ୟକ ଚାଷୀ ଫସଲ ବୀମା ରାଶି ପାଇପାରି ନାହାନ୍ତି।

ଏ ସଂପର୍କରେ ରାଜ୍ୟ ସରକାର କ୍ରମାଗତ ଭାବେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଅଧୀନ ବୈଷୟିକ ଉପଦେଷ୍ଟା କମିଟିକୁ ଜଣାଇବା ସହ ଅନୁରୋଧ କରିଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ। ଏହି ପରିପ୍ରେକ୍ଷୀରେ ପରିସ୍ଥିତିର ଗମ୍ଭୀରତା ଓ ମରୁଡ଼ିଗ୍ରସ୍ତ ଚାଷୀଙ୍କ ଦାବି ଏବଂ ଜିଲ୍ଲାପାଳ ଦେଇଥିବା ରିପୋର୍ଟ ବିଚାରକୁ ନେଇ ପୀଡ଼ିତ ଓ ବଞ୍ଚିତ ଚାଷୀଙ୍କୁ ରାଜ୍ୟର ନିଜସ୍ବ ପାଣ୍ଠିରୁ ସହାୟତା ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ପୀଡ଼ିତ ଚାଷୀଙ୍କୁ ତତ୍କାଳ ସହାୟତା ରାଶି ପ୍ରଦାନ ଲାଗି ଏହିସବୁ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆବଶ୍ୟକ ସହାୟତା ରାଶି ସମ୍ପର୍କରେ ଏସ୍ଆର୍‌ସିଙ୍କ ନିକଟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୀଡ଼ିତ ଚାଷୀଙ୍କ କଷ୍ଟ ଦୂର କରିବାକୁ ଏବେ ୨୦୦ କୋଟି ଟଙ୍କାର ଆବଶ୍ୟକତା ରହିଛି ବୋଲି ଆକଳନ କରାଯାଉଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।