ରାଜ୍ୟ

‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସ୍ବତନ୍ତ୍ର ସଂଖ୍ୟା ଉନ୍ମୋଚିତ

ଭୁବନେଶ୍ବର: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଆଜି ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ ହୋଇଛି। ରାଜ୍ୟ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏହାକୁ ଉନ୍ମୋଚନ କରିଥିଲେ। ଏହି ଅବସରରେ ଶ୍ରୀ ଅମାତ କହିଲେ, ୧୯୪୪ ମସିହାରୁ ଏହି ଦୁଇଟି ପତ୍ରିକା ନିରବଚ୍ଛିନ୍ନ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାରପ୍ରସାର କରିଆସୁଛି। ଏହି ସ୍ୱତନ୍ତ୍ର ସଂଖ୍ୟା ଆଗାମୀ ପିଢ଼ିଙ୍କୁ ମାତୃଭାଷା ପ୍ରତି ସଚେତନ କରିବା ସହ ଉପାଦେୟ ଓ ସଂଗ୍ରହଣୀୟ ହେବ। ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ କହିଲେ, ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ପୁରାତନ ସଂସ୍କରଣର ଡିଜିଟାଇଜେସନ୍ କରାଯାଇଛି। ଏହା ବିଭାଗୀୟ ୱେବସାଇଟ୍‌ରେ ପାଠକମାନଙ୍କ ନିମନ୍ତେ ଉପଲବ୍ଧ ହେଉଛି। ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଷାଭାଷୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଏଭଳି ବ୍ୟବସ୍ଥା କରିଛନ୍ତି।

ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଲେନିନ୍ ମହାନ୍ତି କହିଲେ ଯେ ଏହି ଦୁଇ ପତ୍ରିକାରେ ଓଡ଼ିଶାର ଭାଷା, ସାହିତ୍ୟ ନେଇ ବହୁ ଦୁଷ୍ପ୍ରାପ୍ୟ ଓ ଉପାଦେୟ ତଥା ପୁରାତନ ଆଲେଖ୍ୟ ସ୍ଥାନ ପାଇଛି। ଏହା ଦ୍ୱାରା ଛାତ୍ରଛାତ୍ରୀ ଓ ଗବେଷକମାନେ ଆଧୁନିକ ଓଡ଼ିଆ ଭାଷା-ସାହିତ୍ୟର କ୍ରମବିକାଶ ସଂପର୍କରେ ଅବଗତ ହୋଇପାରିବେ। ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସଂପାଦିକା କସ୍ତୁରୀ ମହାପାତ୍ର କହିଥିଲେ, ଉଭୟ ପତ୍ରିକା ରାଜ୍ୟ ସରକାରଙ୍କ ମୁଖପତ୍ର ଭାବେ ସ୍ୱାଧୀନତା ପୂର୍ବରୁ ପ୍ରକାଶ ପାଇ ଆସୁଛି। ଏହି ପତ୍ରିକା ବେଶ୍ ପାଠକୀୟ ଆଦୃତି ଲାଭ କରିବା ସହିତ ରାଜ୍ୟବାସୀଙ୍କ ନିକଟରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଉତ୍କଳ ପ୍ରସଙ୍ଗର ସ୍ୱତନ୍ତ୍ର ସଂଖ୍ୟାରେ ୧୯ଟି ନିବନ୍ଧ ଓ ଓଡ଼ିଶା ରିଭ୍ୟୁରେ ୨୭ଟି ନିବନ୍ଧ ସ୍ଥାନ ପାଇଛି ବୋଲି ସେ ସୂଚନା ଦେଇଥିଲେ। ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ କହିଥିଲେ, ଓଡ଼ିଆ ଭାଷା ୨୦୦୦ ବର୍ଷରୁ ଅଧିକ ପୁରାତନ। ଏହାର ସମୃଦ୍ଧି ପାଇଁ ଅନେକ ସାରସ୍ୱତ ସାଧକଙ୍କ ଅବଦାନ ସ୍ୱୀକୃତ। ଆଜିର ଏହି ଭାଷା ସମ୍ମିଳନୀ ସେମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରକୃଷ୍ଟ ଅବସର ବୋଲି ସେ କହିଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।