ରାଜ୍ୟ

ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

କଟକ: ପଦ୍ମଶ୍ରୀ କମଳା ପୂଜାରୀଙ୍କ କଟକର ଏସସିବି ମେଡିକାଲରେ ପରଲୋକ ହୋଇଛି। ୨ ଦିନ ତଳେ ଅସୁସ୍ଥ ହୋଇ ସେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।

ଦୁଇ ଦିନ ତଳେ ପୁଣି ଥରେ ଅସୁସ୍ଥ ହୋଇ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ ପଦ୍ମଶ୍ରୀ କମଳା ପୂଜାରୀ।  ସ୍ବତନ୍ତ୍ର ଆମ୍ବୁଲାନ୍ସରେ ଆଣି ତାଙ୍କୁ ଏସ୍‌ସିବି ମେଡ଼ିସିନ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏସ୍‌ସିବି ଭେଷଜ ବିଭାଗର ବରିଷ୍ଠ ବିଶେଷଜ୍ଞ ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଗଠିତ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ। ତାଙ୍କର ୟୁରିଆ କ୍ରେଟାଇନ୍‌ ବଢିଯାଇଥିଲା। ଦାନ୍ତରେ ସଂକ୍ରମଣ ହୋଇଥିଲା। ଏସ୍‌ସିବି ମେଡିସିନ୍‌ ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ବିଜୟ କୁମାର ବେହେରା, ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡା, ନେଫ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଅରୁଣା ଆଚାର୍ଯ୍ୟ, ପଲ୍‌ମୋନାରି ମେଡ଼ିସିନ ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ମନୋରଞ୍ଜନ ଦାସ ପ୍ରମୁଖଙ୍କୁ ନେଇ ଚିକିତ୍ସା ପାଇଁ କମିଟି ଗଠନ କରାଯାଇଥିଲା।ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ। ୨୦୧୯ ମାର୍ଚ୍ଚ ୧୬ରେ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।