ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଓଡ଼ିଶାକୁ ଶ୍ରେଷ୍ଠ ପ୍ରଜ୍ଞାପନ ମେଢ଼ ପୁରସ୍କାର ପ୍ରଦାନ

ନୂଆଦିଲ୍ଲୀ: ଦିଲ୍ଲୀ କର୍ତ୍ତବ୍ୟପଥର ୭୫ତମ ସାଧାରଣତନ୍ତ୍ର ଦିବସ ପରେଡରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳ ବର୍ଗରେ ବିଚାରକମଣ୍ଡଳୀ ଦ୍ବାରା ଶ୍ରେଷ୍ଠ ବିବେଚିତ ହୋଇଥିବା ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ଆଜି ପୁରସ୍କୁତ କରାଯାଇଛି। ଦିଲ୍ଲୀସ୍ଥିତ ରାଷ୍ଟ୍ରୀୟ ରଙ୍ଗଶାଳା ଶିବିରରେ ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ର ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଅଜୟ ଭଟ୍ଟ ପୁରସ୍କାର ପ୍ରଦାନ କରିଥିଲେ। କେନ୍ଦ୍ର ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀଙ୍କ ଠାରୁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ସହକାରୀ ସୂଚନା ଅଧିକାରୀ ହରପ୍ରସାଦ ମହାପାତ୍ର ଓ ପ୍ରଜ୍ଞାପନ ମେଢ଼ର ଶିଳ୍ପୀ କୀର୍ତ୍ତି କିଶୋର ମହାରଣା ପୁରସ୍କାର ଗ୍ରହଣ କରିଥିଲେ। ପୁରସ୍କାର ସ୍ବରୂପ ଓଡ଼ିଶାକୁ ଟ୍ରଫି ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ପ୍ରଥମ ପୁରସ୍କାର ମିଳିବା ସହିତ ଗତ ତିନି ମାସ ବ୍ୟବଧାନରେ ଓଡ଼ିଶାକୁ ଜାତୀୟସ୍ତରରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ପୁରସ୍କାର ମିଳିଛି। ଏଥି ପୂର୍ବରୁ ୪୨ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା (ଆଇଆଇଟିଏଫ୍‌-୨୦୨୩)ରେ ଓଡ଼ିଶା ପାଭିଲିୟନକୁ ଶ୍ରେଷ୍ଠ ପାଭିଲିୟନ ରୂପେ ସ୍ବର୍ଣ୍ଣ ପଦକରେ ପୁରସ୍କୃତ କରାଯାଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ