ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ଏବେ ୬ଜଣ କେନ୍ଦ୍ର ମନ୍ତ୍ରୀ ଓଡ଼ିଶା ଗସ୍ତରେ ଅଛନ୍ତି। ଆଇଆଇଟି-ଭୁବନେଶ୍ବରରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ପାଇଁ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କ ସହ ଅର୍ଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ମଧ୍ୟ ଓଡ଼ିଶା ଆସିଛନ୍ତି।

ସେହିପରି ୬ ରାଜ୍ୟର ଶିକ୍ଷା ସଚିବଙ୍କ ସମୀକ୍ଷା ବୈଠକ ଏବଂ ପଞ୍ଚାୟତିରାଜ ମନ୍ତ୍ରଣାଳୟର ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ବରରେ ଅଛନ୍ତି। ଜଗତସିଂହପୁର ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କେନ୍ଦ୍ର ରେଳ, ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଜରଦୋଶ ଦୁଇଦିନିଆ ଜଗତସିଂହପୁର ଗସ୍ତରେ ଆସିଥିବାବେଳେ କିଟ୍ରେ ଆୟୋଜନ ହେବାକୁ ଥିବା ପଞ୍ଚାୟତିରାଜ ମନ୍ତ୍ରଣାଳୟର କାର୍ଯ୍ୟକ୍ରମରେ ଯୋଗଦେବାକୁ ଏହି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ କେ.ଏମ୍ ପାଟିଲ୍ ଆଜି ରାତିରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ବି ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ଓଡ଼ିଶା ଅାସିଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l