ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଓଡ଼ିଶାର ଆୟ ଉପରେ କରୋନା ପାହାର; କମିଗଲା କି କୃଷି ପାଇଁ ବ୍ୟୟବରାଦ !

ଭୁବନେଶ୍ବର : କରୋନା ମହାମାରୀ ଯୋଗୁଁ ରାଜ୍ୟର ରାଜସ୍ବ ଆଦାୟ ପ୍ରଭାବିତ ହୋଇଛି । ଏହାଯୋଗୁଁ କୃଷି ପରି ଗୁରୁତ୍ବପୂର୍ଣ୍ଣ କ୍ଷେତ୍ରଗୁଡ଼ିକ ପାଇଁ ବ୍ୟୟବରାଦ ହ୍ରାସ ପାଇଛି ।

ଏହାର ପ୍ରତିଫଳନ ଆଜି ଉପସ୍ଥାପିତ ରାଜ୍ୟ କୃଷି ବଜେଟରେ ଦେଖିବାକୁ ମିଳିଛି । ୨୦୨୧-୨୨ ଆର୍ଥିକ ବର୍ଷ ନିମନ୍ତେ କୃଷି ପାଇଁ ୧୭,୪୬୮ କୋଟିର ବ୍ୟୟବରାଦ କରାଯାଇଛି । ଯାହାକି ୨୦୨୦-୨୧ ବର୍ଷର ବ୍ୟୟ ବରାଦ ୧୯,୪୦୮ କୋଟି ଠାରୁ ପ୍ରାୟ ୧୦ ପ୍ରତିଶତ କମ । ରାଜ୍ୟ ସରକାରଙ୍କ ଏକ ଲୋକପ୍ରିୟ ଯୋଜନା କାଳିଆ ପାଇଁ ଏଥର ୧୮ ଶହ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଗତ ଆର୍ଥିକ ବର୍ଷ ନିମନ୍ତେ କାଳିଆ ଯୋଜନା ପାଇଁ ୩୧୯୫ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିଲା ।

ନୂଆ ଆର୍ଥିକ ବର୍ଷ ପାଇଁ କରାଯାଇଥିବା ୧ ଲକ୍ଷ ୭୦ ହଜାର କୋଟିର ବ୍ୟୟବରାଦ ମଧ୍ୟରୁ ୧ ଲକ୍ଷ ୨୫ ହଜାର ୬୦୦ କୋଟି ଟଙ୍କା ରାଜସ୍ବ ପ୍ରାପ୍ତିରୁ ମିଳିବ । ଏହା ମଧ୍ୟରୁ ରାଜ୍ୟ ସରକାରଙ୍କ ନିଜସ୍ବ ଟିକସ ୩୭,୫୦୦ କୋଟି ଟଙ୍କା ରହିବ, ଯାହାକି ୨୦୨୦-୨୧ ବର୍ଷରେ ୩୮,୩୫୦ କୋଟି ଟଙ୍କା ଥିଲା । ସେହିପରି କେନ୍ଦ୍ରୀୟ ଟିକସରୁ ରାଜ୍ୟଭାଗ ମଧ୍ୟ କମିବା ଆଶଙ୍କା କରାଯାଉଛି । ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ରୀୟ ଟିକସରେ ଓଡ଼ିଶାର ଭାଗ ୩୬୩୦୦ କୋଟି ଟଙ୍କା ଥିବାବେଳେ ନୂଆ ଆର୍ଥିକ ବର୍ଷରେ ତାହା ୩୦,୧୩୭ କୋଟିକୁ ହ୍ରାସ ପାଇବ ବୋଲି ଆକଳନ କରାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ