ଅପରାଧ ରାଜ୍ୟ

ଓଭର ବ୍ରିଜ ତଳକୁ ଖସିଲା ବସ୍‌; ଏକାଧିକ ଯାତ୍ରୀ ଗୁରୁତର

ଯାଜପୁର ୦୭/୦୫ : ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଦେଖିବାକୁ ମିଳିଛି। ବଡ଼ଚଣା ଥାନା ପାଖରେ ଏକ ଯାତ୍ରୀ ବାହି ବସ୍‌ ଓଭରବ୍ରିଜରୁ ତଳକୁ ଖସି ପଡ଼ିଛି।

ଜୟ ଦୁର୍ଗା ନାମକ ଏହି ବସ୍‌ଟି ଭୁବନେଶ୍ୱରରୁ ଯଶୀପୁରକୁ ଯାଉଥିଲା । ଏଥିରେ ୪୦ ଜଣ ଯାତ୍ରୀ ଥିଲେ। ଏହି ଦୁର୍ଘଟଣାରେ ୪୦ ଯାତ୍ରୀ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତରମାନଙ୍କୁ ପାଖରେ ଥିବା ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାର ଶୀକାର ହୋଇଥିବା ବସ୍‌ ଚାଳକଙ୍କୁ ସଙ୍କଟାପନ୍ନ ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।