ଖେଳ ଦେଶ ବିଦେଶ ରାଜ୍ୟ

ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ୨ ନୂଆ ବିଚାରପତି

କଟକ : ଓଡିଶା ହାଇକୋର୍ଟରେ ଆଜି ଶପଥ ନେଇଛନ୍ତି ୨ ନବ ନିଯୁକ୍ତି ବିଚାରପତି । ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଆଇଜୀବୀ ସଞ୍ଜୟ ମିଶ୍ର ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ଉଭୟଙ୍କୁ ଶପଥପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ ମୁରଲୀଧର ।

ସୂଚନା ଅନୁସାରେ, ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ ଶୁଭାଶିଷ ତଳପାତ୍ରା ବଦଳି ହୋଇ ଆସିଛନ୍ତି । ସେହିଭଳି ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ନୂତନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ଏହି ଦୁଇ ବିଚାରପତି ଓଡିଶା ହାଇକୋର୍ଟରେ ଯୋଗ ଦେବା ପରେ ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି ।

କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଗତ ୩ ତାରିଖରେ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିବା ପରେ ଏ ନେଇ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା । ପୂର୍ବରୁ ସଞ୍ଜୟଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ ସୁପ୍ରିମକୋର୍ଟ କଲେଜିୟମ ।

ତେବେ ଓଡିଶା ହାଇକୋର୍ଟ ବିଚାରପତି ଭାବେ ଯୋଗ ଦେଇଥିବା ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ବୁର୍ଲାରେ ଜନ୍ମ ଗ୍ରହଣ କରିଥିବାବେଳେ ତାଙ୍କ ଘର ଢେଙ୍କାନାଳ ଜିଲା ମୁକ୍ତାଦେଇପୁର ଗାଁରେ ବୋଲି ଜଣାପଡିଛି । ତାଳଚେର ଥାର୍ମଲ ହାଇସ୍କୁଲରୁ ୧୯୮୩ରେ ମାଟ୍ରିକ, ୧୯୮୭ରେ ଅନୁଗୁଳ କଲେଜରୁ ବିକମ ପାସ୍ କରିବା ପରେ ୧୯୯୦ରେ ଏମ. ଏସ କଲେଜରୁ ଏଲ. ଏଲ. ବି ପାସ କରିଥିଲେ । ସଂଜୟ କୁମାର ମିଶ୍ର ୧୯୯୦ରେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ । ସେ ହାଇକୋର୍ଟରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲା ପରିଚାଳନା କରି ଜଣେ ଦକ୍ଷ ଆଇନଜୀବୀ ଭାବେ ସୁନାମ ଅର୍ଜନ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ