ରାଜ୍ୟ ସ୍ୱାସ୍ଥ୍ୟ

କଟକଣାରେ ଚାଲିବ ବିଧାନସଭା ଶୀତ ଅଧିବେଶନ: ୨୮ରୁ ୩୦ ତାରିଖ ଯାଏଁ ହେବ ବିଧାୟକଙ୍କ କୋଭିଡ୍ ପରୀକ୍ଷା

ଭୁବନେଶ୍ବର: କୋଭିଡ୍ କଟକଣା ଭିତରେ ବିଧାନସଭା ଚାଲିବ ବୋଲି ଜଣାଯାଇଛି । ଆସନ୍ତା ୧ ତାରିଖରୁ ରାଜ୍ୟ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ କଟକଣା ଦୃଷ୍ଟିରୁ ପୂର୍ବ ଅଧିବେଶନ ପରି ଏହି ଅଧିବେଶନରେ ମଧ୍ୟ କଟକଣା ଜାରି ରହିବ। ଏନେଇ ଆଜି ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି।

ବାଚସ୍ପତିଙ୍କ ସୂଚନା ମୁତାବକ, ବିଧାନସଭାର ସଦସ୍ୟମାନେ ଗୃହରେ ବସିବା ସହିତ ବାଚସ୍ପତି ଗ୍ୟାଲେରି, ପବ୍ଲିକ ଗ୍ୟାଲେରି, ଲୋକସେବା ଭବନରୁ ଯୋଗ ଦେଇପାରିବେ। ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ, ବିଧାୟିକାଙ୍କର କୋଭିଡ୍ ଟେଷ୍ଟ କରାଯିବ। ଖାଲି ସେତିକି ନୁହେଁ, ବିଧାୟକଙ୍କ ସହ ସମସ୍ତ ପିଏସଓ, ଡ୍ରାଇଭର ଓ ଅନ୍ୟ କର୍ମଚାରୀଙ୍କର ମଧ୍ୟ ନମୁନା ପରୀକ୍ଷା କରାଯିବ। ଏଥିପାଇଁ ଆସନ୍ତା ୨୮,୨୯ ଓ ୩୦ ତାରିଖ ଦିନ ଧାର୍ଯ୍ୟ କରାଯାଇଛି।

ବାଚସ୍ପତିଙ୍କ କହିବା କଥା, ଏନେଇ ସ୍ୱାସ୍ଥ୍ୟ ବିଭାଗର ସଚିବ ଓ ଅଧିକାରୀଙ୍କ ସହିତ ଆଲୋଚନା ହୋଇଛି। ବିଏମସି ତରଫରୁ ମଧ୍ୟ ବିଧାନସଭାକୁ ପ୍ରତିଦିନ ବିଶୋଧନ କରାଯିବ। ତେବେ ବିଧାନସଭା କେତେ ସମୟ ଚାଲିବ ସେନେଇ ଆସନ୍ତା ୨୯ ତାରିଖରେ ହେବାକୁ ଥିବା ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ନିଆଯିବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ