ଦେଶ ବିଦେଶ ସ୍ୱାସ୍ଥ୍ୟ

କଟକରେ ନାଇଜେରିଆ ଫେରନ୍ତା କରୋନା ପଜିଟିଭ୍ : ଜେନମ୍ ସିକ୍ବେନ୍ସିଂ ପାଇଁ ପଠାଗଲା ନମୁନା

କଟକ ୧୮।୧୨: କଟକରେ ବିଦେଶ ଫେରନ୍ତା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ନାଇଜେରିଆରୁ ଫେରିଥିବା ଜଣାପଡିଛି । ତେବେ ବିଦେଶ ଫେରନ୍ତା ଓମିକ୍ରନରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ତାହା ସ୍ପଷ୍ଟ ଜଣାପଡିନାହିଁ । ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜେନମ୍ ସିକ୍ବେନ୍ସିଂ ପାଇଁ ନମୁନା ପଠାଯାଇଛି । ଜେନମ୍ ସିକ୍ବେନ୍ସିଂ ପରେ ସ୍ପଷ୍ଟ ହେବ ଯେ ସେ ଓମିକ୍ରନରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ।

ବର୍ତ୍ତମାନ କରୋନା ସଂକ୍ରମିତ ଜଣଙ୍କ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଆଇସୋଲେସନରେ ଅଛନ୍ତି । ଏ ନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ତେବେ ନାଇଜେରିଆ ଫେରନ୍ତାଙ୍କଠାରୁ ୫ ଜଣ ସଂକ୍ରମିତ ହୋଇଥିବା ସୂଚନା ମିଳୁଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ