ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କଟକ: ମଧୁପାଟଣା ଥାନା ଅନ୍ତର୍ଗତ ଶ୍ରୀରାମ ନଗରରେ ମାଆ ଓ ପୁଅଙ୍କ ମୃତ୍ୟୁ ଘଟଣାରେ ପୁଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମୃତ ଶିଳ୍ପୀଙ୍କ ସ୍ବାମୀ ସନ୍ତୋଷ ଖୁଣ୍ଟିଆଙ୍କୁ ଗିରଫ କରିଛି ପୁଲିସ। ଶିଳ୍ପୀଙ୍କ ପରିବାରର ଅଭିଯୋଗକ୍ରମେ ସନ୍ତୋଷ ଖୁଣ୍ଟିଆଙ୍କୁ ଗିରଫ କରାଯାଇଛି। ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ, ଗତକାଲି କଟକ ଶ୍ରୀରାମ ନଗର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଥିଲା । ସାବତ ମା ଶିଳ୍ପୀ ଖୁଣ୍ଟିଆ ୨ବର୍ଷର ପୁଅକୁ ମାରି ନିଜେ ଆତ୍ମହତ୍ୟା କରିଥିଲେ । ମହିଳା ଜଣକ ହେଉଛନ୍ତି ନେତାଜୀ ନଗର ଅଞ୍ଚଳର ଶିଳ୍ପୀ ଖୁଣ୍ଟିଆ। ସେ ଗତ ବର୍ଷ ସାଲେପୁର ଅଞ୍ଚଳର ସନ୍ତୋଷ ଖୁଣ୍ଟିଆଙ୍କୁ ବିବାହ କରିଥିଲେ। ତେବେ ଉଭୟଙ୍କ ମଧ୍ୟରେ ପୂର୍ବରୁ ପାରିବାରିକ ବିବାଦ ରହିଥିଲା। ତେବେ ଆଜି ଦୀର୍ଘ ସମୟ ଧରି କବାଟ ବନ୍ଦ ରହିଥିଲା। କବାଟ ଭାଙ୍ଗିବା ପରେ ଉଭୟଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ସାବତ ପୁଅ ପ୍ରାୟ ଦୁଇ ବର୍ଷର ହେବ ଏବଂ ତାର ବେକରେ ଗଭୀର କ୍ଷତ ରହିଥିଲ
ମହିଳା ଜଣକ ନିଜ ଚୁନିରେ ଝୁଲି ପଡ଼ିଥିଲେ। ଏବେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି। ବିଶେଷକରି କେଉଁ ପରିସ୍ଥିତିରେ ମହିଳା ଜଣକ ନିଜର ସାବତ ପୁଅକୁ ମାରି ନିଜେ ଆତ୍ମହତ୍ୟା କଲେ ତାହାର ତଦନ୍ତ କରୁଛି। ସବୁଠାରୁ ବଡ଼ କଥା ହେଉଛି ମହିଳାଙ୍କ ପରିବାର ଲୋକ ଝିଅର ମୃତ୍ୟୁ ପାଇଁ ସ୍ୱାମୀ ଏବଂ ତାଙ୍କର ଶାଶୂଘର ଲୋକଙ୍କୁ ଦାୟୀ କରିଥିଲେ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l