ଖେଳ ରାଜ୍ୟ

କଟକ ଗସ୍ତ କରି ଏସସିବି ବଡ଼ ମେଡିକାଲ ସମ୍ପ୍ରସାରଣ କାର୍ଯ୍ୟର ସମୀକ୍ଷା କଲେ ୫ଟି ସଚିବ ଭିକେ ପାଣ୍ଡିଆନ୍

କଟକ: କଟକରେ ୫ଟି ସଚିବ ଭିକେ ପାଣ୍ଡିଆନ। କଟକ ଗସ୍ତ କାଳରେ ସେ ଏସସିଵି ସମ୍ପ୍ରସାରଣ ଓ ତାଳଦଣ୍ଡା କେନାଲ କାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏଥିସହିତ ବରିଷ୍ଠ ଅଧିକାରୀ ଓ ଜିଲ୍ଲାପାଳଙ୍କ ସହ ମଧ୍ୟ କଲେ ଆଲୋଚନା। ୨୦୨୩ ସୁଦ୍ଧା ଏସସିବି ସମ୍ପ୍ରସାରଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବା ସହ ଉନ୍ନତମାନର କାମ କରାଯିବା ନେଇ ନିର୍ଦେଶ ଦେଇଛନ୍ତି ୫ଟି ସଚିବ। ଏହାସହ ପାର୍କିଂ ସ୍ଥାନ ଓ କେନାଲ ରୋଡ କାମକୁ ତ୍ୱରାନ୍ୱିତ କରିବାକୁ ମଧ୍ୟ ନିର୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ଜାନୁଆରୀ ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଗସ୍ତ ସମୟରେ କଟକ ବଡ଼ ମେଡିକାଲର ରାସ୍ତା ସମ୍ପ୍ରସାରଣ ନେଇ ଘୋଷଣା କରିଥିଲେ। ଏଥିସହିତ ତାଳଦଣ୍ଡା କେନାଲର ବାମ ଓ ଡାହାଣ ପାର୍ଶ୍ବରେ ରାସ୍ତାର ସମ୍ପ୍ରସାରଣର ଆବଶ୍ୟକତା ଥିବା କୁହାଯାଇଥିଲା। କଟକ ଜିଲ୍ଲା ବାହାରୁ ଏସସିବିକୁ ଆସୁଥିବା ରୋଗୀଙ୍କ ଯାତ୍ରା ଯୋବ୍ରାରୁ କଟକ ବଡ଼ ମେଡିକାଲ ଯାଏଁ ସୁବିଧାଜନକ କରିବାକୁ ରିଙ୍ଗ ରୋଡକୁ ସମ୍ପ୍ରସାରଣ କରାଯିବାକୁ ସରକାର ନିଷ୍ପତ୍ତି ନେଇଥିଲେ। ଏବେ ଏସବୁ କାମ ଚାଲୁ ରହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ