ରାଜ୍ୟ

କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ: ସହରରେ ଲାଗିଛି ବ୍ୟାନର୍

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ମିଳିଛି। ତାଙ୍କୁ ହତ୍ୟା ଧମକ ନେଇ ସହରର ଦୁଇଟି ସ୍ଥାନରେ ବ୍ୟାନର ଲାଗିଛି। ଏଥିରେ ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ଉଲ୍ଲେଖ ରହିଛି। କଣ୍ଟାବାଞ୍ଜି ପୁଲିସ ଏହାର ତଦନ୍ତ ଜାରି ରଖିଛି।

ଆଜି ସକାଳୁ ସକାଳୁ କଣ୍ଟାବାଞ୍ଜି ବାଳିକା ଉଚ୍ଚ ବିଦ୍ୟାଳୟର ବାହାରେ ଥିବା ଏକ ଦୋକାନରେ ବ୍ୟାନର ଲାଗିଛି। ବ୍ୟାନର ଧଳା ରଙ୍ଗର ଥିବା ବେଳେ ଏଥିରେ ଲାଲ ଅକ୍ଷରରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ୧୫ ଦିନ ଭିତରେ ହତ୍ୟା କରିବି ବୋଲି ଲେଖା ରହିଛି। ତେବେ ବ୍ୟାନରରେ ଜଣେ ଅଜଣା ଯୁବକଙ୍କ ଫଟୋ ମଧ୍ୟ ରହିଛି। ପୋଷ୍ଟର ଦେଖି ଲୋକେ ଭୟଭୀତ ଥିବା ବେଳେ କଣ୍ଟାବାଞ୍ଜି ପୁଲିସ ବ୍ୟାନର ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।