ଦେଶ ବିଦେଶ ସ୍ୱାସ୍ଥ୍ୟ

କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ଗତ ୨୪ଘଣ୍ଟାରେ ୨୦୫୫୦ ନୂଆ କୋଭିଡ଼ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ ୩୦।୧୨: କରୋନା ଭାଇରସରେ ଦୈନିକ ସଂକ୍ରମଣରେ ହ୍ରାସ ପରେ ପୁଣି ଥରେ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ଘଣ୍ଟାରେ ୨୦,୫୫୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ମଙ୍ଗଳବାର ଦିନ କରୋନା ସଂକ୍ରମଣରେ ବଡ଼ଧରଣ ହ୍ରାସ ପାଇଥିଲା । ଗତକାଲି ୧୬,୪୩୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ବୃଦ୍ଧି ପାଇଛି । ସେହିପରି କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୮ଲକ୍ଷ ପାର୍‌ ହୋଇଛି ।

କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଦେଶରେ ଗତ ୨୪ଘଣ୍ଟା ମଧ୍ୟରେ କରୋନା ଭାଇରସର ୨୦,୫୫୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଦେଶରେ ଏବେ ଯାଏଁ ୧,୦୨,୪୪,୮୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଗତ ୨୪ଘଣ୍ଟାରେ ୨୮୬ ଲୋକଙ୍କ କରୋନାରେ ମୃତ୍ୟୁ ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ମୃତକଙ୍କ ସଂଖ୍ୟା ୧,୪୮,୪୩୯ରେ ପହଞ୍ଚିଛି ।

ସେହିପରି ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୮,୩୪,୧୪୧ରେ ପହଞ୍ଚିଛି । ଗତ ୨୪ଘଣ୍ଟାରେ ମଧ୍ୟରେ ୨୬,୫୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନା ଭାଇରସ୍‌ର ଆକ୍ଟିଭ୍‌ କେସ୍‌ ୩ଲକ୍ଷ ତଳେ ରହିଛି । ଦେଶରେ କୋଭିଡ଼-୧୯ରେ ମୋଟ୍‌ ଆକ୍ଟିଭ୍ କେସ୍‌ ୨,୬୨,୨୭୨ରହିଛି । ସମସ୍ତ ଚିକିତ୍ସା ଜାରି ରହିଛି । ଦେଶରେ କୋଭିଡ଼ ଜନିତ ମୃତ୍ୟୁ ହାର ୧.୪୪ ପ୍ରତିଶତ ରହିଛି । ସେହିପରି କରୋନାର ସୁସ୍ଥ ହାର ୯୫,୮୨ ପ୍ରତିଶତ ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ