ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା । ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗର ମୁଖ୍ୟ ଡାକ୍ତର ରୁକ୍ମଣୀ ଦେବୀଙ୍କର ୬୨ ବର୍ଷ ବୟସରେ ପରଲୋକ ହୋଇଯାଇଛି ।

ଖବର ଅନୁଯାୟୀ, ଡାକ୍ତର ରୁକ୍ମଣୀ ଦେବୀ କରୋନାରେ ଆକ୍ରାନ୍ତ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । କିନ୍ତୁ ସେଠାରେ ସେ ଆଖିବୁଜିଦେଇଛନ୍ତି । ସେ ଜଣେ କରୋନା ଯୋଦ୍ଧା ହୋଇଥିବାରୁ କୋଭିଡ୍‌ କଟକଣା ଅନୁଯାୟୀ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଯାଇଛି । ତାଙ୍କର ଦୁଇ ଜଣ ଝିଅ ଥିବା ବେଳେ ବଡ଼ ଜ୍ୱାଇଁ ଚିନ୍ମୟ ବଲ୍ଲଭ ବେହେରା ମୁଖାଗ୍ନୀ ଦେଇଥିଲେ ।

ତାଙ୍କ ଜନ୍ମସ୍ଥାନ ବାରିଗୋଳ ପଞ୍ଚାୟତ ବୋଦାମୁଣ୍ଡାଇ ଗ୍ରାମରେ ହୋଇଥିବା ବେଳେ ସେ ସାଲେପୁର କଲେଜ ରୋଡର ରୋଧପୁର ଗ୍ରାମରେ ରହି ରୋଗୀ ସେବା କରୁଥିଲେ ।ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ତାଙ୍କ ବାସଭବନ ସାଲେପୁର କଲେଜରୋଡ୍‌, ବୋଦାମୁଣ୍ଡାଇ ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ