ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

କରୋନା ସଂକ୍ରମଣକୁ ନେଇ ବଢିଲା ଚିନ୍ତା : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଲେ; ସତର୍କ ନ ହେଲେ ବଢ଼ିବ ସଂକ୍ରମଣ ଖରାକୁ ଦୃଷ୍ଟିରେ ରଖି ୭୦୦କୁ ବୃଦ୍ଧି ପାଇଲା ଟିକାକରଣ କେନ୍ଦ୍ର

ଭୁବନେଶ୍ବର: ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବାକୁ ଆଜି ବର୍ଷେ ପୂରିଛି । ଏହାରି ଭିତରେ କରୋନାର ପ୍ରକୋପ କମି ନ ଥିବାବେଳେ ପୁଣିଥରେ ବଢ଼ିବାରେ ଲାଗିଛି ସଂକ୍ରମଣ। ଦେଶରେ ୨୪ ଘଣ୍ଟାରେ ୨୪ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେବା ଖବର ଚିନ୍ତା ବଢାଇ ଦେଇଛି।

ଯଦିଓ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍ ରହିଛି, କିନ୍ତୁ ୭ରୁ ୮ଟି ରାଜ୍ୟରେ ପ୍ରାୟ ୮୫ ପ୍ରତିଶତ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ତେବେ ଏହାକୁ କରୋନାର ଦ୍ୱିତୀୟ ଲହର କହିହେବ ନାହିଁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ଦେଶରେ ଅନଲକ ପରେ ଲୋକଙ୍କ ଭିତରେ କରୋନାକୁ ନେଇ କୋହଳ ମନୋଭାବ ପ୍ରକାଶ ପାଉଛି । କିନ୍ତୁ ସଂକ୍ରମଣକୁ ଏଡ଼ାଇବାକୁ ହେଲେ ଆମକୁ ସତର୍କ ରହିବାକୁ ପଡ଼ିବ ବୋଲି ସେ ଚେତାଇ ଦେଇଛନ୍ତି।

ସେପଟେ ରାଜ୍ୟରେ କରୋନା ଟିକାକରଣ ଜାରି ରହିଛି । ପ୍ରତିଦିନ ୧ ଲକ୍ଷ ବୟସ୍କଙ୍କ ଟିକାକରଣ ପାଇଁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ତେଣୁ ଖରା ଦିନକୁ ଦୃଷ୍ଟିରେ ରଖି ଟିକାକରଣ କେନ୍ଦ୍ର ସଂଖ୍ୟା ୭୦୦କୁ ବୃଦ୍ଧି କରାଯାଇଛି । କେବଳ ରବିବାର ଓ ସରକାରୀ ଛୁଟିକୁ ବାଦଦେଇ ଅନ୍ୟଦିନ ଗୁଡିକରେ ଟିକାକରଣ ହେବ ବୋଲି ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ