ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ନୂଆଦିଲ୍ଲୀ: କଲମ୍ବିଆ ଭୟଙ୍କର ଭୂସ୍ଖଳନରେ ୩୩ଜଣଙ୍କ ମୃତ୍ୟୁ । ଲ୍ୟାଣ୍ଡସ୍ଲାଇଡିଂ ଯୋଗୁ ମାଟି ତଳେ ଦବି ହୋଇଯାଇଛି ଯାତ୍ରୀବାହୀ ବସ୍ । ଫଳରେ ଲୋକଙ୍କ ଜୀବନ ଯାଇଛି । ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ପ୍ରବଳ ବର୍ଷା ଯୋଗୁଁ ରିସାରାଲ୍ଡ ପ୍ରାନ୍ତରେ ଭୂସ୍ଖଳନ ହୋଇଛି । ଘଟଣାକୁ ନେଇ କଲମ୍ବିଆ ରାଷ୍ଟ୍ରପତି ଓ ଗୃହମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ।
କଲମ୍ବିଆର ରିସାରାଲ୍ଡ ପ୍ରାନ୍ତରେ ଏହି ଦୁର୍ଘଟଣା ଘଟିଛି । ପ୍ରବଳ ବର୍ଷା ଯୋଗୁ ଭୟଙ୍କର ଭୂସ୍ଖଳନ ହୋଇଛି । ଏଥିରେ ଗୋଟିଏ ଯାତ୍ରୀବାହୀ ବସ୍ ସହିତ ଅନେକ ଗା଼ଡ଼ି ମାଟି ତଳେ ଦବି ହୋଇଯାଇଛି । ରାଜଧାନୀ ବୋଗୋଟାରୁ ପ୍ରାୟ ୨୩୦ କିଲୋମିଟର ଦୂର ପୁଏଲବୋ ରିକୋ ଓ ସୋସିଲିଆ ଗାଁ ନିକଟସ୍ଥ ପାହାଡ଼ିଆ ଅଞ୍ଚଳରେ ଏହି ଭୂସ୍ଖଳନ ହୋଇଛି । ମାଟି ତଳେ ବସ୍ ଚାପି ହୋଇଯିବାରୁ ୩୩ଜଣଙ୍କ ମୃତ୍ୟୁ ହୋଇଛି । ଏଥି ମଧ୍ୟରୁ ୩ଜଣ ଶିଶୁ ଥିବା ଜଣାପଡ଼ିଛି । ୯ଜଣଙ୍କୁ ଉଦ୍ଧାର କରାଯାଇଛି, ଯେଉଁଥିରେ ୪ଜଣଙ୍କ ଅବସ୍ଥା ଗମ୍ଭୀର ରହିଛି ।
କାଣ୍ଡୋଟୋ ନଗର ପାଳିକା ଅଧିକାରୀଙ୍କ କହିବା ଆନୁଯାୟୀ, ବସରେ ପ୍ରାୟ ଯାତ୍ରୀ ବସଥିଲେ ଏହି ସମୟରେ ଭୂସ୍ଖଳନ ହୋଇଥିଲା । ଡ୍ରାଇଭର ଲୋକଙ୍କୁ ବଞ୍ଚାଇବାକୁ ଉଦ୍ୟମ କରି ବିଫଳ ହୋଇଥିଲେ । ସ୍ଥାନୀୟ ପୋଲିସ ଓ ଉଦ୍ଧାରକାରୀ ଘଟଣାସ୍ଥଳରେ ପହଞ୍ଚି ମାଟି ତଳେ ଦବି ରହିଥିବା ଲୋକଙ୍କୁ ଉଦ୍ଧାର କରୁଛନ୍ତି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l